ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌ କମ୍ପାନୀ ଠାରୁ ଆଦାୟ ହୋଇପାରିଲା ନାହିଁ। ଏଣୁ ଯେଉଁ ସରକାରୀ ଅଧିକାରୀମାନେ ନିଜ ଦାୟିତ୍ୱ ସମ୍ପାଦନାରେ ଅବହେଳା କରିଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ଉପରୋକ୍ତ ଅର୍ଥ ଆଦାୟ କରାଯିବା ପାଇଁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଓଡ଼ିଶା ସିଭିଲ୍‌ ଲିବର୍ଟି ଫୋରମ୍‌ର ଉପସଭାପତି ପ୍ରମୋଦ କୁମାର ପଟ୍ଟନାୟକଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ଆବେଦନରେ ଉଲ୍ଲେଖ ହୋଇଛି ଯେ, ରାଜ୍ୟ ସରକାର ପ୍ରବେଶ କର ଲାଗୁ କରିବା ପରେ ଏହାକୁ ଭୂଷଣ ପାୱାର୍‌ ଆଣ୍ଡ ଷ୍ଟିଲ୍‌ କମ୍ପାନୀ ତରଫରୁ ସୁପ୍ରିମ୍‌କୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। କିନ୍ତୁ ଏହି ମାମଲାରେ ସରକାରଙ୍କ ବିଜୟ ହୋଇଥିଲା। ପ୍ରବେଶ କର ବୈଧ ବୋଲି ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ଅପରପକ୍ଷେ କମ୍ପାନୀ ଆର୍ଥତ୍କ କ୍ଷତିରେ ଚାଲୁଥିବାରୁ ଋଣ ଶୁଝିପାରି ନ ଥିଲା। ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ୍‌ ଏନେଇ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଥିଲା। ନିଜ ପ୍ରାପ୍ୟ ପାଇବା ପାଇଁ ବିଭିନ୍ନ ସଂସ୍ଥା ଟ୍ରିବ୍ୟୁନାଲରେ ପକ୍ଷ ରଖିଥିଲେ। ପ୍ରାପ୍ୟ ପ୍ରଦାନ ପାଇଁ ଟ୍ରିବ୍ୟୁନାଲ୍‌ ତରଫରୁ ରିଜୋଲ୍ୟୁଶନ୍‌ ପ୍ରଫେସନାଲ୍‌ ଗଠନ କରାଯାଇଥିଲା। ଏହି ରିଜୋଲ୍ୟୁଶନ୍‌ ପ୍ରଫେସନାଲ୍‌ ପକ୍ଷରୁ ପ୍ରାପ୍ୟ ପାଇବାକୁ ଥିବା ସଂସ୍ଥାଗୁଡ଼ିକର ଏକ ତାଲିକା ପ୍ରସ୍ତୁତ କରାଯାଇଥିଲା। ତାଲିକାକୁ ଟ୍ରିବ୍ୟୁନାଲ୍‌ ୨୦୧୯ ସେପ୍ଟେମ୍ବର ୫ରେ ଅନୁମୋଦନ ଦେଇଥିଲେ। ସରକାର କିନ୍ତୁ ପ୍ରାପ୍ୟ ପାଇବା ପାଇଁ ଆବେଦନ କରି ନ ଥିଲେ। ଏଣୁ ଓଡ଼ିଶା କୌଣସି ପ୍ରକାର ପ୍ରାପ୍ୟ ପାଇପାରି ନ ଥିଲା। ପରେ ୨୦୧୯ ନଭେମ୍ବର ୧୮ରେ ସରକାର ନ୍ୟାଶନାଲ କମ୍ପାନୀ ଲ’ ଆପିଲେଟ୍‌ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହୋଇଥିଲେ। କିନ୍ତୁ ସରକାରଙ୍କ ଆବେଦନକୁ ଗତ ଫେବୃୟାରୀ ୧୭ରେ ଟ୍ରିବ୍ୟୁନାଲ୍‌ ଖାରଜ୍‌ କରିଦେଇଥିଲେ। ତେଣୁ ଅଧିକାରୀଙ୍କ ଅବହେଳା ଯୋଗୁ ସରକାରଙ୍କୁ ଏହି କ୍ଷତି ହୋଇଛି, ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହ ଆପରାଧିକ ମାମଲା ରୁଜୁ କରାଯିବା ସହ ସେମାନଙ୍କଠାରୁ ଅର୍ଥ ଆଦାୟ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନରେ ପ୍ରାର୍ଥନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri