୧୩, ୧୪ରେ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ରେ ଅନୁଷ୍ଠିତ ହେବ। ରାଜ୍ୟର ୩୨ କେନ୍ଦ୍ରରେ ଏହି ପରୀକ୍ଷା ହେବାକୁ ଥିବାବେଳେ ଜୁଲାଇ ୧୦ରୁ ୧୧ ତାରିଖ ମଧ୍ୟରେ ପ୍ରଶ୍ନପତ୍ର ପରୀକ୍ଷାକେନ୍ଦ୍ରରେ ପହଞ୍ଚତ୍ବ। ଏ ନେଇ ସଜାଗ ରହିବା ପାଇଁ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ସିଏଚ୍‌ଏସ୍‌ଇ ପକ୍ଷରୁ ଅବଗତ କରାଯାଇଛି। ପରୀକ୍ଷା କେନ୍ଦ୍ରଗୁଡ଼ିକର ଷ୍ଟ୍ରଙ୍ଗରୁମ୍‌ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି। ପ୍ରଶ୍ନପତ୍ରଗୁଡ଼ିକ ୨୪ଘଣ୍ଟା ସିସିଟିଭି ନଜରରେ ରହିବ। ୧୦ ତାରିଖରେ ମୁଖ୍ୟ କାର୍ଯ୍ୟାଳୟରୁ ପ୍ରଶ୍ନପତ୍ର ବାହାରି ସେହିଦିନ କିମ୍ବା ଏହାର ପରଦିନ ସେଣ୍ଟରରେ ପହଞ୍ଚତ୍ବ। ତେଣୁ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।
ସୂଚନା ଥାଉ କି, ୧୩ ତାରିଖରେ ପରୀକ୍ଷାର୍ଥୀମାନେ ସମସ୍ତ ବିଷୟର ଥିଓରି ପେପର ପରୀକ୍ଷା ଦେବେ। ଧନ୍ଦାମୂଳକ ଟ୍ରେଡ୍‌ ପେପର ଓ ବାୟୋଲୋଜିକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ବିଷୟରେ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଜୁଲାଇ ୧୪ରେ ସମସ୍ତ ବିଷୟର ପ୍ରାକ୍ଟିକାଲ ଓ ପ୍ରୋଜେକ୍ଟ ଆଦି ପରୀକ୍ଷା କରାଯିବ। ପୂର୍ବରୁ ଯିଏ କେବଳ ଥିଓରି ପାସ କରିଥିବେ କିନ୍ତୁ ପ୍ରାକ୍ଟିକାଲ ବା ପ୍ରୋଜେକ୍ଟରେ ଫେଲ୍‌ ହୋଇଥିବେ ତାଙ୍କୁ ଉଭୟ ଥିଓରି ଓ ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ। ସେହିପରି ଥିଓରିରେ ଫେଲ୍‌ ହୋଇ ପ୍ରାକ୍ଟିକାଲ ବା ପ୍ରୋଜେକ୍ଟରେ ପାସ୍‌ ହୋଇଥିଲେ କେବଳ ଥିଓରି ପରୀକ୍ଷା ଦେବାକୁ ହେବ। ଉଭୟ ଥିଓରି ଓ ପ୍ରାକ୍ଟିକାଲ ପରୀକ୍ଷାରେ ଫେଲ୍‌ ଛାତ୍ରୀଛାତ୍ରଙ୍କୁ ଉଭୟ ପରୀକ୍ଷା ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri