୧୩, ୧୪ରେ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ରେ ଅନୁଷ୍ଠିତ ହେବ। ରାଜ୍ୟର ୩୨ କେନ୍ଦ୍ରରେ ଏହି ପରୀକ୍ଷା ହେବାକୁ ଥିବାବେଳେ ଜୁଲାଇ ୧୦ରୁ ୧୧ ତାରିଖ ମଧ୍ୟରେ ପ୍ରଶ୍ନପତ୍ର ପରୀକ୍ଷାକେନ୍ଦ୍ରରେ ପହଞ୍ଚତ୍ବ। ଏ ନେଇ ସଜାଗ ରହିବା ପାଇଁ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ସିଏଚ୍‌ଏସ୍‌ଇ ପକ୍ଷରୁ ଅବଗତ କରାଯାଇଛି। ପରୀକ୍ଷା କେନ୍ଦ୍ରଗୁଡ଼ିକର ଷ୍ଟ୍ରଙ୍ଗରୁମ୍‌ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି। ପ୍ରଶ୍ନପତ୍ରଗୁଡ଼ିକ ୨୪ଘଣ୍ଟା ସିସିଟିଭି ନଜରରେ ରହିବ। ୧୦ ତାରିଖରେ ମୁଖ୍ୟ କାର୍ଯ୍ୟାଳୟରୁ ପ୍ରଶ୍ନପତ୍ର ବାହାରି ସେହିଦିନ କିମ୍ବା ଏହାର ପରଦିନ ସେଣ୍ଟରରେ ପହଞ୍ଚତ୍ବ। ତେଣୁ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।
ସୂଚନା ଥାଉ କି, ୧୩ ତାରିଖରେ ପରୀକ୍ଷାର୍ଥୀମାନେ ସମସ୍ତ ବିଷୟର ଥିଓରି ପେପର ପରୀକ୍ଷା ଦେବେ। ଧନ୍ଦାମୂଳକ ଟ୍ରେଡ୍‌ ପେପର ଓ ବାୟୋଲୋଜିକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ବିଷୟରେ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଜୁଲାଇ ୧୪ରେ ସମସ୍ତ ବିଷୟର ପ୍ରାକ୍ଟିକାଲ ଓ ପ୍ରୋଜେକ୍ଟ ଆଦି ପରୀକ୍ଷା କରାଯିବ। ପୂର୍ବରୁ ଯିଏ କେବଳ ଥିଓରି ପାସ କରିଥିବେ କିନ୍ତୁ ପ୍ରାକ୍ଟିକାଲ ବା ପ୍ରୋଜେକ୍ଟରେ ଫେଲ୍‌ ହୋଇଥିବେ ତାଙ୍କୁ ଉଭୟ ଥିଓରି ଓ ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ। ସେହିପରି ଥିଓରିରେ ଫେଲ୍‌ ହୋଇ ପ୍ରାକ୍ଟିକାଲ ବା ପ୍ରୋଜେକ୍ଟରେ ପାସ୍‌ ହୋଇଥିଲେ କେବଳ ଥିଓରି ପରୀକ୍ଷା ଦେବାକୁ ହେବ। ଉଭୟ ଥିଓରି ଓ ପ୍ରାକ୍ଟିକାଲ ପରୀକ୍ଷାରେ ଫେଲ୍‌ ଛାତ୍ରୀଛାତ୍ରଙ୍କୁ ଉଭୟ ପରୀକ୍ଷା ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri