ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ

କଟକ,୨୫।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ କଟକ ଶୋ‘ରୁମ୍‌(ଷ୍ଟୋର) ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର କଟକ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ବାର୍ଷିକ ଉତ୍ସବ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ମେ ୨୬ ପର୍ଯ୍ୟନ୍ତ ଉପଲବ୍ଧ। ଏପରିକି ଗ୍ରାହକମାନେ ସୁନାଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୩୦%, ହୀରା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ଏବଂ ଓଜନିଆ ରୁପା ଜିନିଷର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦%ର ରିହାତି ପାଇବେ ବୋଲି କଟକ ଷ୍ଟୋର ପକ୍ଷରୁ କୁହାଯାଇଛି।
ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ଡାଇରେକ୍ଟର ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ଆମର କଟକ ଷ୍ଟୋରର ୧୩ତମ ପୂର୍ତ୍ତି ଉତ୍ସବ ପାଳନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହା ଆମମାନଙ୍କ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ହୋଇଥିବାବେଳେ ଆମେ ଅତ୍ୟନ୍ତ ଗଭୀରତାର ସହ ଆମର ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ରିହାତି ସୁବିଧା ମଧ୍ୟ ଘୋଷଣା କରୁଛୁ। ସେହିଭଳି ଗ୍ରାହକମାନେ ବିଗତ ବର୍ଷଗୁଡିକରେ ଆମ ପ୍ରତି ରଖିଆସିଥିବା ବିଶ୍ୱାସ, ପ୍ରତିବଦ୍ଧତା ଓ ସମର୍ଥନକୁ ମଧ୍ୟ ଆମେ ପ୍ରଶଂସା କରୁଛୁ। ଏହି ଅବସର ଆମେ ଅତୁଳନୀୟ ମୂଲ୍ୟ ଏବଂ ଏକ ସ୍ମରଣୀୟ କିଣାକିଣି ଅନୁଭୂତି ପ୍ରଦାନ କରିବା ନିମନ୍ତେ ଉତ୍ସର୍ଗୀକୃତ ରହିଛୁ, ଯାହା ଆମ ଗ୍ରାହକଙ୍କର ଆବଶ୍ୟକତା ଏବଂ ସେମାନଙ୍କର ପସନ୍ଦକୁ ଆମେ ସର୍ବାଗ୍ରେ ସ୍ଥାନିତ କରିବା ସୁନିଶ୍ଚିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବାଣିଜ୍ୟ ଦିବସ ପାଳିତ

ଭୁବନେଶ୍ୱର, ୨୭।୭: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୱାଲର୍‌ଡ ଟ୍ରେଡ୍‌ ସେଣ୍ଟର(ଡବ୍ଲ୍ୟୁଟିସି) ଭୁବନେଶ୍ୱର ପରିସରରେ ବିଶ୍ୱ ବାଣିଜ୍ୟ ଦିବସ-୨୦୨୪ (ୱାଲର୍‌ଡ ଟ୍ରେଡ୍‌ ଡେ-୨୦୨୪)...

ଭୁବନେଶ୍ୱରରେ ଲଜିଷ୍ଟିକ୍‌ କଲୋକ୍ୟୁମ୍‌-୨୦୨୪

ଭୁବନେଶ୍ୱର, ୨୭।୭: ଭାରତୀୟ ଶିଳ୍ପ ମହାସଂଘ(ସିଆଇଆଇ) ପକ୍ଷରୁ ଶୁକ୍ରବାର ଭୁବନେଶ୍ୱରରେ ଲଜିଷ୍ଟିକ୍‌ କଲୋକ୍ୟୁମ୍‌-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏପରିକି ‘ପୂର୍ବ ଭାରତରେ ଲଜିଷ୍ଟିକ ପରିବର୍ତ୍ତନ: ବ୍ୟବଧାନ ଦୂରୀକରଣ...

ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହ

ଭୁବନେଶ୍ୱର, ୨୭।୭: ଦେଶର ପ୍ରମୁଖ ଶିଳ୍ପ ସଂଘ ଆସୋସିଏଟେଡ୍‌ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ (ଆସୋଚାମ୍‌) ପକ୍ଷରୁ ଓଡ଼ିଶା ସିଏସ୍‌ଆର୍‌ ଏବଂ...

ଓଜିଏସ୍‌ରେ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌

ଭୁବନେଶ୍ୱର, ୨୭।୭: ଓଡିଏମ୍‌ ଗ୍ଲୋବାଲ ସ୍କୁଲ୍‌ (ଓଜିଏସ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ‘ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌’ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ...

ଅକ୍ଟୋବର ୧୯ରୁ ଆନ୍ଥେ ୨୦୨୪ର ଶୁଭାରମ୍ଭ

ଭୁବନେଶ୍ୱର, ୨୭।୭: ଆକାଶ ଏଜୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌)ର ବହୁ ପ୍ରତୀକ୍ଷିତ ସ୍କଲାରଶିପ ପରୀକ୍ଷା ‘ଆକାଶ ନ୍ୟାଶନାଲ ଟାଲେଣ୍ଟ ହଣ୍ଡ୍‌ ଏକ୍‌ଜାମ ବା ଆନ୍ଥେ-୨୦୨୪’ସଂସ୍କରଣର ଶୁଭାରମ୍ଭ...

ଶେଷଦିନରେ ୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୨୭।୭: କ୍ରମାଗତ ଭାବେ ହ୍ରାସ ପାଉଥିବା ଘରୋଇ ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ...

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri