Posted inଖେଳ

ଆଇପିଏଲର ୧୩ ତମ ମ୍ୟାଚ୍‌: ଜିଟି ବନାମ କେକେଆର, ଖେଳିବେନି ହାର୍ଦ୍ଦିକ…

ଅହମଦାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୩ ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅପରାହ୍ନ ସାଢ଼େ ୩ଟା ଖେଳାଯିବ। କୋଲକାତା ନାଇଟ ରାଇଡର୍ସକୁ ନେଇ ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ କ୍ରମାଗତ ତୃତୀୟ ବିଜୟ ଉପରେ ନଜର ରଖିବ। ଅନ୍ୟପକ୍ଷରେ କୋଲକାତା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ବିଜୟ ପରେ ପୁଣି ସଫଳତା ହାତେଇବା ଲକ୍ଷ୍ୟ ରଖିଛି। ହାର୍ଦ୍ଦିକ ପାଣ୍ଡ୍ୟା ସ୍ବାସ୍ଥ୍ୟଗତ କାରଣରୁ ଖେଳୁ ନାହାନ୍ତି। ଗୁଜରାଟ ଟାଇଟାନ୍ସର ପ୍ଲେଇଙ୍ଗ ୧୧ରେ ଶୁବମାନ ଗିଲ, ରିଦ୍ଧିମାନ ସାହା (ଓ୍ବିକେଟ କିପର), ସାଇ ସୁଦର୍ଶନ, ରସିଦ ଖାନ (ଅଧିନାୟକ), ଡେଭିଡ ମିଲର, ରାହୁଲ ତେୱାଟିଆ, ଅଲଜାରି ଜୋସେଫ, ମହମ୍ମଦ ଶାମି, ଜୋଶୁଆ ଲିଟିଲ, ୟଶ ଦୟାଲ ରହିଛନ୍ତି।
ବିଜୟ ଶଙ୍କର ଏକ ପ୍ରଭାବ ଖେଳାଳି ଭାବରେ ୟଶ ଦୟାଲଙ୍କ ସ୍ଥାନରେ ବ୍ୟାଟିଂ କରିବାକୁ ଆସିପାରନ୍ତି ।ସେହିପରି କୋଲକାତା ନାଇଟ ରାଇଡର୍ସର ପ୍ଲେଇଙ୍ଗ ୧୧ରେ ଭେଙ୍କଟେଶ ଆୟର, ରହମାନୁଲ୍ଲା ଗୁରୁବାଜ (ଓ୍ବିକେଟକିପର), ମନଦୀପ ସିଂ / ଏନ ଜଗଦୀଶାନ, ନୀତୀଶ ରାଣା (ଅଧିନାୟକ), ରିଙ୍କୁ ସିଂ, ଆଣ୍ଡ୍ରେ ରସେଲ, ଶାର୍ଦ୍ଦୁଲ ଠାକୁର, ସୁନୀଲ ନାରିନ, ଟିମ ସାଉଦି, ଉମେଶ ଯାଦବ, ବରୁଣ ଚକ୍ରବର୍ତ୍ତୀ ପ୍ରମୁଖ ଅଛନ୍ତି।କଜଣେ ପ୍ରଭାବଶାଳୀ ଖେଳାଳି ଭାବରେ ସୁନାଶ ଶର୍ମା ଭେଙ୍କଟେଶ ଆୟର୍‌ କିମ୍ବା ମନଦୀପ ସିଂଙ୍କ ସ୍ଥାନରେ ବୋଲିଂ ପାଇଁ ଆସିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri