୧୩ରୁ ଜିଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା ‘କୋଶମ୍ବ’

ବାଲେଶ୍ୱର ଅଫିସ, ୭।୧: ବାଲେଶ୍ୱର ଜିଲା ପ୍ରଶାସନ ଓ ଓରମାସ୍‌ ପକ୍ଷରୁ ଚଳିତମାସ ୧୩ତରିଖରୁ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ତଥା କୋଶମ୍ବ-୨୦୨୩ ସହରସ୍ଥିତ ସରକାରୀ ଆଇଟିଆଇ ପଡିଆରେ ଆୟୋଜିତ ହେବ। ଏନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଶୁକ୍ରବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
୨୫୦ଟି ଅସ୍ଥାୟୀ ଷ୍ଟଲ ଖୋଲାଯିବ। ରାଜ୍ୟ ତଥା ରାଜ୍ୟ ବାହାରୁ ଆସିବାକୁ ଥିବା ମୋଟ ୩୦୦ଟି ଏସ୍‌ଏଚ୍‌ଜିର ୬୦୦ ମହିଳା ସେମାନଙ୍କର ଦ୍ରବ୍ୟ ବିକ୍ରି କରିବାକୁ ସୁଯୋଗ ପାଇବେ। ଏଥିସହିତ ପ୍ରତ୍ୟେକ ସନ୍ଧ୍ୟାରେ ଜିଲା ତଥା ଓଡିଶାର ଅନ୍ୟାନ୍ୟ ଜିଲା ଗଞ୍ଜାମର ଯୋଡି ଶଙ୍ଖ ଓ ପାଇକ ଆଖଡା, ଭଦ୍ରକର ମୋଗଲ ତାମସା, କଟକର ଘୋଡ଼ାନାଚ, ଖୋର୍ଦ୍ଧାର ପାଇକ ଆଖଡା, ମୟୂରଭଞ୍ଜର ଛଉନାଚ, ଯାଜପୁରର ଲଉଡି ଓ ବୌଦ୍ଧର ଆଦିବାସୀ ନୃତ୍ୟ କଳାକାରମାନଙ୍କ ଦ୍ୱାରା ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ଓଡିଆ ଓ ହିନ୍ଦୀ ସଙ୍ଗୀତ ତଥା ସିନେମା ଜଗତର ନାମୀ କଳାକାରମାନଙ୍କ ଦ୍ୱାରା ପ୍ରିନ୍ସଡ୍ୟାନ୍ସ ଗ୍ରୁପ, ସମ୍ବଲପୁରୀ ନାଚ, ଓଡିଶୀ ନାଚ, ଦୀପ୍ତିରେଖା ପାଢୀ, ଆଶୁତୋଷ ମହାନ୍ତି, ହୁମାନ ସାଗର, ଶଶାଙ୍କ ଶେଖର, ହେମନ୍ତ ବ୍ରିଜବାସୀ ଓ ଜାଭେଦ ଅଲି ଏହି କାର୍ଯ୍ୟକ୍ରମରେ ନିଜର କଳା ପ୍ରଦର୍ଶନ କରିବେ । ହକି ବିଶ୍ୱକପର ସିଧା ପ୍ରସାରଣର କରିବାର ମଧ୍ୟ ଆୟୋଜନ କରାଯାଇଛି। ପ୍ରତ୍ୟହ ପୂର୍ବାହ୍ନରେ ବିଭିନ୍ନ ବିଭାଗ ତରଫରୁ ଆଲୋଚନାଚକ୍ର ଆୟୋଜନ କରାଯାଇଛି ।
ଏହି ଅବସରରେ ରାଜ୍ୟ ସରକାରଙ୍କର କୃଷି ବିଭାଗ ତରଫରୁ କୃଷିମେଳାର ଆୟୋଜନ କରାଯାଇଛି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ନୀଲୁ ମହାପାତ୍ର ଓ ଜିଲା ପ୍ରକଳ୍ପ ଅଧିକାରୀ ରବୀନ୍ଦ୍ର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri