୧୪.୫ ଲକ୍ଷ ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀ ଚିହ୍ନଟ

ଭୁବନେଶ୍ୱର,୧୩ା୭(ଅନିଲ ଦାସ): ରାଜ୍ୟରେ ୧୪ ଲକ୍ଷ ୫୦ ହଜାର ମୃତ ହିତାଧିକାରୀଙ୍କ ନାମରେ ରାଶନ ହଡ଼ପ ହେଉଥିଲା। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସେସବୁ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସ୍ଥାନରେ ନୂତନ ହିତାଧିକାରୀଙ୍କୁ ସାମିଲ କରାଯିବ ବୋଲି ଯୋଗାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନୂଆ ରାଶନ କାର୍ଡ ପାଇବା ପାଇଁ ପାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ଆବେଦନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ୩.୨୫ କୋଟି ଲୋକଙ୍କୁ ସାମିଲ କରାଯାଇଛି। କେନ୍ଦ୍ର ସରକାର ଏହାର କୋଟା ବଢ଼ାଉନାହାନ୍ତି। ଅନ୍ୟପକ୍ଷରେ ବିଜେଡି ସରକାର ଅମଳରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ତେବେ ୨୦୨୨ରୁ ନୂତନ ରାଶନ କାର୍ଡ ଇସ୍ୟୁ କରାଯାଉ ନାହିଁ। ବିଜୁ ସ୍ବାସ୍ଥ୍ୟ କାର୍ଡ ହାତେଇବା ପାଇଁ ବହୁ ସଂଖ୍ୟାରେ ରାଶନ କାର୍ଡ ଲାଗି ଆବେଦନ ହେବାରୁ ନୂତନ କାର୍ଡ ଇସ୍ୟୁ ବନ୍ଦ କରାଯାଇଥିଲା। ଏହାପରେ ନିର୍ବାଚନ ଆସିଲା। ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ନୂତନ ହିତାଧିକାରୀ କାର୍ଡ ପାଇବାକୁ ଚାହିଁ ରହିଛନ୍ତି। ତେବେ ଖୁବ୍‌ଶୀଘ୍ର ଏ ନେଇ ନିଷ୍ପତ୍ତି ହେବ ବୋଲି ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri