Posted inଜାତୀୟ

ଗୁଜରାଟ ବିଧାନସଭାରେ ହଙ୍ଗାମା: ଜିଗ୍ନେଶଙ୍କ ସମେତ କଂଗ୍ରେସର ୧୪ ବିଧାୟକ ନିଲମ୍ବିତ

ଗାନ୍ଧିନଗର,୨୧।୯: ଗୁଜରାଟ ବିଧାନସଭାରେ ଅଶୋଭନୀୟ ଆଚରଣ ଲାଗି ବିରୋଧୀ କଂଗ୍ରେସର ୧୪ଜଣ ବିଧାୟକଙ୍କ ସହ ସ୍ବାଧୀନ ବିଧାୟକ ଜିଗ୍ନେଶ ମେଭାନୀଙ୍କୁ ନିଲମ୍ବନ କରାଯାଇଛି। ଏପରିକି ବିଧାୟକମାନଙ୍କୁ ମାର୍ଶଲଙ୍କ ସହାୟତାରେ ବିଧାନସଭାରୁ ବାହାର କରିଦିଆଯାଇଛି।

ଗୁଜରାଟ ବିଧାନସଭା ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ନେତା ସୁଖରାମ ରାଠଓ୍ବା ରାଜ୍ୟରେ ଆନ୍ଦୋଳନରତ ସରକାରୀ କର୍ମଚାରୀ, କୃଷକ, ଅଙ୍ଗନଓ୍ବାଡି କର୍ମୀ ଏବଂ ପୂର୍ବତନ ଯବାନମାନଙ୍କ ସହ ଜଡ଼ିତ ପ୍ରସଙ୍ଗରେ ଅଧା ଘଣ୍ଟାର ବିଶେଷ ଆଲୋଚନା କରାଯାଉ ବୋଲି ଦାବି କରିଥିଲେ। ହେଲେ ବାଚସ୍ପତି ନିମାବେନ ଆଚାର୍ଯ୍ୟ ଏହାକୁ ଗ୍ରହଣ କରି ନ ଥିଲେ। ଫଳରେ ଏହାକୁ ବିରୋଧ କରି ମେଭାନୀ ଏବଂ ଅନ୍ୟ କଂଗ୍ରେସ ବିଧାୟକମାନେ ସିଟ୍‌ ଆଗକୁ ଆସି ସ୍ଲୋଗାନ ଦେଇଥିଲେ। ‘କର୍ମଚାରୀଙ୍କୁ ନ୍ୟାୟ ଦିଅ’, ‘ଜଙ୍ଗଲ କର୍ମଚାରୀଙ୍କ ପ୍ରତି ନ୍ୟାୟ କର’ ଭଳି ସ୍ଲୋଗାନ ସେମାନେ ଦେଇ ପ୍ଲାକାର୍ଡ ଦେଖାଇଥିଲେ।

ବିରୋଧୀ ଦଳର ବିଧାୟକଙ୍କୁ ବାଚସ୍ପତି ନିଜ ଆସନରେ ବସିବା ଲାଗି କହିଥିଲେ ହେଁ ସେମାନେ ନ ଶୁଣିବାରୁ ବିଧାନସଭା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ରାଜେନ୍ଦ୍ର ତ୍ରିବେଦୀ ପୋଡିୟମ ସମ୍ମୁଖରେ ବସିଥିବା ବିଧାୟକଙ୍କୁ ନିଲମ୍ବନ ଲାଗି ପ୍ରସ୍ତାବ ରଖିଥିଲେ। ଏହି ପ୍ରସ୍ତାବକୁ ଭଏସ୍‌ ଭୋଟ୍‌ ଦ୍ୱାରା ଅନୁମୋଦନ କରାଯାଇଥିଲା, ଯାହା ପରେ ମେଭାନୀ ଏବଂ ଅନ୍ୟ ବିଧାୟକଙ୍କୁ ଗୋଟିଏ ଦିନ ଲାଗି ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri