ପୁଣି କରୋନାରେ ଆଖିବୁଜିଲେ ୧୪ ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୧୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୪ ମୃତକଙ୍କ ମଧ୍ୟରୁ କୋରାପୁଟ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବାତ ଖୋର୍ଦ୍ଧା ଓ ରାୟଗଡ଼ା ଜିଲ୍ଲାରୁ ୨ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି। ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏ କରୋନା ପଜିଟିଭ ବ୍ୟକ୍ତି ପ୍ରାଣ ହରାଇଛନ୍ତି।