ପୁଣି ନଷ୍ଟ ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କାର ନୀଳ ଜହର

ବାଲିଗୁଡ଼ା,୧୪ା୧୨(ଡି.ଏନ୍‌.ଏ.): ଜୋର୍‌ ଧରିଲା ଅପରେଶନ ନୀଳ ଜହର। ଗଞ୍ଜେଇ ଚାଷର ମୂଳ ପୋଛ କରିବାକୁ ଅଣ୍ଟା ଭିଡ଼ିଛି କନ୍ଧମାଳ ପୋଲିସ। ପୁଣି ନଷ୍ଟ ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କାର ବେଆଇନ ଗଞ୍ଜେଇ ଗଛ । ବାଲିଗୁଡ଼ା ଥାନା ଅଧିନସ୍ଥ ମହାସିଙ୍ଗି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ୧୪୫ ଏକର ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇ ବାଡ଼କୁ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗର ମିଳିତ ଟିମ୍‌। କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ଏସ୍‌ଡିପିଓ ଜି.ରାଘବେନ୍ଦ୍ର ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅଞ୍ଚଳରେ ଜାରି ରହିଛି ଅପରେଶନ ନୀଳ ଜହର। ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର ମିଳିତ ପ୍ରୟାସରେ ବାଲିଗୁଡ଼ା ଥାନା ଅଞ୍ଚଳରୁ ବର୍ତ୍ତମାନ ସୁଦ୍ଧା ୧୮୨୦ ଏକର ଜଙ୍ଗଲ ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଗଛ କାଟି ସେଥିରେ ନିଆଁ ଲଗାଇ ପୋଡ଼ି ନଷ୍ଟ କରାଗଲାଣି। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୧୮୨ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ଓ ଚୋରା ଚାଲାଣରେ ରୋକ ଲଗାଇବାକୁ ଏହି ପଦକ୍ଷେପ ଗ୍ରହଣ କରିଛି କନ୍ଧମାଳ ପୋଲିସ। ଆଗାମୀ ଦିନରେ ମଧ୍ୟ ବାଲିଗୁଡ଼ାର ଥାନା ଅଞ୍ଚଳରେ ଏହି ଅପରେଶନ ଜାରି ରହିବ ଏବଂ ଗଞ୍ଜେଇ ମାଫିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri