ବ୍ରିଟେନ୍‌ ଫେରନ୍ତାଙ୍କୁ ୧୪ଦିନ ସଙ୍ଗରୋଧ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ) : ବ୍ରିଟେନରେ ଆତଙ୍କ ରଚିଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଯେପରି ଭାରତ ପ୍ରତି ବିପଦ ସୃଷ୍ଟି ନ କରିବ ସେଥିପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଇଥିବାବେଳେ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ଼ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ବିଶେଷକରି ବ୍ରିଟେନରୁ ଆସୁଥିବା ଯାତ୍ରୀଙ୍କ ଉପରେ କଡ଼ା ନଜର ରଖିବାକୁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ଭୁବନେଶ୍ୱର ମହାନଗର ନିଗମ କମିଶନର, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ଝାରସୁଗୁଡ଼ା ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି। ବ୍ରିଟେନରୁ ଆସି ବିମାନ ବନ୍ଦରରେ ପହଞ୍ଚୁଥିବା ଯାତ୍ରୀଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଗତ ୧୪ଦିନ ଭିତରେ ଯେଉଁମାନେ ବ୍ରିଟେନ୍‌ରୁ ଓଡ଼ିଶା ଫେରିଛନ୍ତି କିମ୍ବା ବ୍ରିଟେନ ହୋଇ ଓଡ଼ିଶା ଆସିଛନ୍ତି, ସେମାନେ ନିଜ ସମ୍ପର୍କରେ ଏକ ଆତ୍ମଘୋଷଣା ପତ୍ର ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷଙ୍କ ନିକଟରେ ଦାଖଲ କରିବେ। ଏଥିସହ ୧୪ ଦିନିଆ ସଙ୍ଗରୋଧରେ ରହିବେ। ଗୃହ ସଙ୍ଗରୋଧରେ ଥିବା ସମୟରେ କରୋନା ଲକ୍ଷଣ ଦେଖାଦେଲେ ସମ୍ପୃକ୍ତ ବ୍ୟକ୍ତିଙ୍କର ଆର୍‌ଟିପିସିଆର ଟେଷ୍ଟ ହେବ। ପଜିଟିଭ ଚିହ୍ନଟ ହେଲେ ତାଙ୍କୁ ହସ୍ପିଟାଲ ସଙ୍ଗରୋଧରେ ରହି ଗାଇଡ଼ଲାଇନ ଅନୁସାରେ ଚିକିତ୍ସିତ ହେବାକୁ ପଡ଼ିବ। ବ୍ୟକ୍ତି ଜଣକ ଯଦି ନେଗେଟିଭ ଚିହ୍ନଟ ହୁଅନ୍ତି, ତେବେ ବି ୧୪ ଦିନ ପର୍ଯ୍ୟନ୍ତ ଗୃହ ସଙ୍ଗରୋଧରେ ରହିବାକୁ ହେବ। ଏହା ଉପରେ ପଦକ୍ଷେପ ଗ୍ରହଣ କରିବାକୁ ମହାପାତ୍ର ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି।
ବର୍ତ୍ତମାନ ଓଡ଼ିଶାରେ କରୋନା ସଂକ୍ରମଣ କମିଛି। ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଛି। କିନ୍ତୁ ବ୍ରିଟେନ୍‌ରେ ନୂଆ ଷ୍ଟ୍ରେନର କରୋନା ଭାଇରସ ପୂର୍ବାପେକ୍ଷା ୭୦ ପ୍ରତିଶତରୁ ଅଧିକ ମାତ୍ରାରେ ସଂକ୍ରମିତ ହେଉଥିବାରୁ ରାଜ୍ୟ ସରକାର ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ତେଣୁ ଏହାକୁ ଗୁରୁତ୍ୱ ନେଇ ଆଗୁଆ ଆବଶ୍ୟକ ପଦକ୍ଷେପ ନେବା ପାଇଁ କୁହାଯାଇଛି। ସୂଚନାଯୋଗ୍ୟ, ସୋମବାର ଭାରତ ସମେତ ଅନେକ ଦେଶ ବ୍ରିଟେନରୁ ବିମାନ ଚଳାଚଳକୁ ବାତିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri