Posted inଜାତୀୟ

ସିକିମରେ ବାଦଲଫଟା ବର୍ଷା: ୧୦୨ନିଖୋଜ, ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା

ଗାଙ୍ଗଟକ,୫।୧୦: ଉତ୍ତର ସିକିମର ଲୋନାକ ହ୍ରଦ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଲାଚେନ ଉପତ୍ୟକାର ତିସ୍ତା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ବନ୍ୟା ପାଣି ମାଡି ଆସିବାରୁ ୧୪ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଖର ବନ୍ୟା ସ୍ରୋତରେ ଭାସିଯାଇ ୨୨ଜଣ ଯବାନଙ୍କ ସମେତ ୧୦୨ଜଣ ନିଖୋଜ ଅଛନ୍ତି। ତେବେ ଘଟଣାସ୍ଥଳରେ ଫଶି ରହିଥିବା ପର୍ଯ୍ୟଟକମାନଙ୍କୁ ଏୟାରଲିଫ୍ଟ କରିବା ନେଇ କେନ୍ଦ୍ର ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଭାରତ ସରକାରଙ୍କ କ୍ୟାବିନେଟ ସଚିବ ରାଜୀବ ଗୌବା ଏହି ସୂଚନା ଦେଇଛନ୍ତି। ଏଠାରେ ପ୍ରାୟ ତିନି ହଜାର ପର୍ଯ୍ୟଟକ ଫଶି ରହିଛନ୍ତି। ତିନୋଟି ଅତିରିକ୍ତ ପ୍ଲାଟୁନ ଏନଡିଆରଏଫ ସହାୟତା ପାଇଁ ପଠାଯାଉଛି। ସେମାନଙ୍କୁ ଚୁଙ୍ଗଥାଙ୍ଗ, ରଙ୍ଗପୋ ଏବଂ ସିଙ୍ଗଟାମରେ ନିୟୋଜିତ କରାଯିବା। ଏୟାର ରୁଟ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବା ନେଇ ରାଜୀବ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?