Posted inରାଜ୍ୟ

ରାଜ୍ୟ ପୋଲିସର ୧୪ ଡିଏସ୍‌ପିଙ୍କୁ ବଦଳି

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟ ପୋଲିସର ୧୪ ଜଣ ଡିଏସ୍‌ପିଙ୍କୁ ବଦଳି କରାଯାଇଛି। ଏ ନେଇ ବୁଧବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ସମସ୍ତ ପୋଲିସ ଅଫିସରଙ୍କୁ ନିକଟରେ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ରାଜ୍ୟ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର ନିଷ୍ପତ୍ତି ଅନୁଯାୟୀ ଏହି ବଦଳି ହୋଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ପୋଲିସ ସେବା(ଓପିଏସ୍‌) ଅଫିସର ବିଶ୍ୱପ୍ରକାଶ ପଟ୍ଟନାୟକଙ୍କୁ କଟକସ୍ଥିତ ଏଚ୍‌ଆର୍‌ପିସି ଡିଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ଓପିଏସ୍‌ ଅଫିସର ରଜନୀକାନ୍ତ ମଲ୍ଲିକଙ୍କୁ କଟକସ୍ଥିତ ଏଚ୍‌ଆରପିସି ଡିଏସ୍‌ପି ଭାବେ ବଦଳି କରାଯାଇଛି। ତେବେ ତାଙ୍କୁ ଡେପୁଟେଶନରେ ନୟାଗଡ଼ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରକୁ ପଠାଯାଇଛି। ସେହିପରି ପ୍ରଫୁଲ୍ଲ କୁମାର ସିଂଙ୍କୁ କଟକସ୍ଥିତ ରାଜ୍ୟ ଏଚ୍‌ଆରପିସି ଡିଏସ୍‌ପି ଓ ଆଲୋକ କୁମାର ଜେନାଙ୍କୁ କେନ୍ଦୁଝର ମୁଖ୍ୟାଳୟ ଡିଏସ୍‌ପି ଭାବେ ବଦଳି ହୋଇଛି। ଏହି ସମସ୍ତ ଅଫିସରଙ୍କୁ ନିକଟରେ ଇନ୍ସପେକ୍ଟରରୁ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ସେହିପରି ଭୁବନେଶ୍ୱର ଇଓଡବ୍ଲ୍ୟୁ ଡିଏସ୍‌ପି ସ୍ନିଗ୍ଧା ଭଞ୍ଜଙ୍କୁ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀକୁ ଡିଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ କେନ୍ଦୁଝର ମୁଖ୍ୟାଳୟ ଡିଏସ୍‌ପି ଜୟଶ୍ରୀ ପ୍ରଧାନଙ୍କୁ ଭିଜିଲାନ୍ସ ଡିଏସ୍‌ପି, ସ୍ମୃତିରଞ୍ଜନ କରଙ୍କୁ କଟକସ୍ଥିତ ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି, ନିରଞ୍ଜନ ଶବରଙ୍କୁ ପୁରୀ ମୁଖ୍ୟାଳୟ ଡିଏସ୍‌ପି, ତାରଜସ୍ମିନ ଗୁରିଆଙ୍କୁ ପୁରୀ ଆଇୟୁସିଏଡ୍ଲ୍ୟୁ ଡିଏସ୍‌ପି, ସଚିନ ପଟେଲଙ୍କୁ ମାଲକାନଗିରି ଏସ୍‌ଡିପିଓ, ମାନବ୍ରତ ଶତପଥୀଙ୍କୁ କୋରାପୁଟ ପିସିଆର ସେଲ୍‌ ଡିଏସ୍‌ପି, ରେଣୁକା ସୁନାଙ୍କୁ ସୋନପୁର ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି, କୁମାରୀ ଜିସାଙ୍କୁ ଢେଙ୍କାନାଳ ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି ଏବଂ ଅଜୟ କୁମାର ଦାସଙ୍କୁ କଳାହାଣ୍ଡି ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri