ପୁଣି ୧୪ ଅନ୍ତେବାସୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର ଅଫିସ, ୧୭ା୮- ଗଞ୍ଜାମ ଜିଲାରେ କରୋନାକୁ ନେଇ ଲୋକେ ଭୟଭୀତ ହୋଇ ରହିଛନ୍ତି। ରବିବାର ପୁଣି ବ୍ରହ୍ମପୁର ବାଳ ସୁଧାର ଗୃହର ୧୪ ଅନ୍ତେବାସୀ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ଟୁଇଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ୫୦ ଅନ୍ତେବାସୀ ପଜିଟିଭ ଚିହ୍ନଟ ହୋଇଥିଲେ। ପୁଣି ୧୪ ଆକ୍ରାନ୍ତ ହେବା ପରେ ବର୍ତ୍ତମାନ ପଜିଟିଭ୍‌ଙ୍କ ସଂଖ୍ୟା ୬୪ରେ ପହଞ୍ଚିଛି। ଏହା ଜଣାପଡିବା ପରେ କେତେଜଣ କର୍ମଚାରୀଙ୍କ ନମୁନା ମଧ୍ୟ ସଂଗ୍ରହ କରାଯାଇଛି। ସେମାନଙ୍କ ରିପୋର୍ଟ ଆସି ନ ଥିବା ସୂଚନା ମିଳିଛି। ସୁଧାର ଗୃହରୁ ଗତ ୧ ତାରିଖରେ ୪୫ ଅନ୍ତେବାସୀ ପଜିଟିଭ ଚିହ୍ନଟ ହୋଇଥିଲେ। ଜଣଙ୍କୁ ଥଣ୍ଡା, ଜ୍ୱର ହେବାରୁ ସେଠାରେ ଥିବା ୭୫ ନାବାଳକଙ୍କ ସ୍ବାବ୍‌ ନମୁନା ପରୀକ୍ଷା କରାଯାଇଥିଲା। ସେଥିରୁ ପ୍ରଥମ ପର୍ଯ୍ୟାୟରେ ୪୫ ଓ ଦ୍ୱିତୀୟ ପର୍ଯ୍ୟାୟରେ ୫ ପଜିଟିଭ ଚିହ୍ନଟ ହୋଇଥିଲେ। ସୁଧାର ଗୃହରେ ତାଙ୍କୁ ସଙ୍ଗରୋଧରେ ରଖାଯାଇ ଚିକିତ୍ସା କରାଯାଇଥିଲା। ଜିଲା ସ୍ବାସ୍ଥ୍ୟ ବିଭାଗ ଡାକ୍ତରୀ ଦଳ ସୁଧାର ଗୃହକୁ ଯାଇ ନାବାଳକଙ୍କ ଚିକିତ୍ସା କରିଥିଲେ। ଗତ କିଛିଦିନ ତଳେ ପୁଣି କେତେଜଣ ନାବାଳକଙ୍କୁ ଥଣ୍ଡା, ଜ୍ୱର ହେବାରୁ ୫୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା। ରବିବାର ୧୪ ନାବାଳକ ଆକ୍ରାନ୍ତ ହୋଇଥିବା ସୂଚନା ଦିଆଯାଇଛି। ସେମାନଙ୍କୁ ମଧ୍ୟ ସୁଧାର ଗୃହରେ ଚିକିତ୍ସା କରାଯିବ ବୋଲି ଜଣାପଡିଛି। ବାଳସୁଧାର ଗୃହ ଅଧୀକ୍ଷକ ପି. କେ. ହର କୁହନ୍ତି, ଗତ ୧୩ ତାରିଖରେ ୫୩ ଅନ୍ତେବାସୀ ଓ ୧୬କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ଏଯାବତ ସେ ସମ୍ପର୍କରେ ଆମ ନିକଟକୁ କୌଣସି ସୂଚନା ଆସିନାହିଁ। ପୂର୍ବରୁ ଆକ୍ରାନ୍ତ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ପୂର୍ବରୁ ଜଣେ ଷ୍ଟାଫ ତାଙ୍କ ମା ’ଙ୍କ ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ଯାଇଥିବା ବେଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri