ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ବିଶ୍ୱ ବିଦ୍ୟାଳୟ ଛକସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲାପାଳ ପାୱାର ସଚିନ ପ୍ରକାଶ ସଭାପତିତ୍ୱ କରି କହିଥିଲେ, ଜିଲାରେ ଏହି କାର୍ଯ୍ୟକ୍ରମ କିଭଳି ସଫଳ ଓ ସୂଚାରରୂପେ କରାଯିବ ସେ ଦିଗରେ ଜିଲା ପ୍ରଶାସନ ତତ୍ପର ଅଛି। ଯୋଜନାର ସଫଳ ରୂପାୟନ କ୍ଷେତ୍ରରେ ବିଭାଗୀୟ ଅଧିକାରୀ, କର୍ମଚାରୀ ଅଧିକ ଯତ୍ନବାନ ହୋଇ କାର୍ଯ୍ୟ ତୁଲାଇବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ଜିଲା ମୁଖ୍ୟାଳୟକୁ ଛାଡି ୪୫ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ କରାଯାଇଛି। ଜିଲା ମୁଖ୍ୟାଳୟରେ ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି ଯୋଜନାରେ କଳାହାଣ୍ଡି ଜିଲାର ୧୪ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ। ବର୍ତ୍ତମାନ ସୁଦ୍ଧା ଜିଲାରେ ୬ ଲକ୍ଷ ୭୪ହଜାର ୯୯୫ କାର୍ଡ ପହଞ୍ଚିଛି। ପର୍ଯ୍ୟାୟ କ୍ରମେ ବଳକା କାର୍ଡ ଉପଲବ୍ଧ ହେବ। ଜନସେବା କେନ୍ଦ୍ର ସମ୍ପୃକ୍ତ ଅଞ୍ଚଳର ଆଶାକର୍ମୀ, ବହୁମୁଖୀ ଜନସ୍ବାସ୍ଥ୍ୟ କର୍ମୀମାନଙ୍କ ସହାୟତାରେ ଗ୍ରାମ ସ୍ତରରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ। କଳାହାଣ୍ଡି ଜିଲାରେ ୧୦ଟି ଘରୋଇ ହସ୍ପିଟାଲ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏ.ବି.ପିଏମ.ଜେ.ଏ.ୱାଇ.), ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜି.ଜେ.ଏ.ୱାଇ.)ରେ ଅନୁବନ୍ଧିତ ରହିଛନ୍ତି। ନୂଆ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ବର୍ତ୍ତମାନର ସମସ୍ତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହିତାଧିକାରୀ ତାଲିକାଭୁକ୍ତ ହସ୍ପିଟାଲରେ ନିଜର ଆଧାରକାର୍ଡ ସହିତ ବର୍ତ୍ତମାନ ପାଖରେ ଥିବା ସ୍ବାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିତ୍ସା ପାଇପାରିବେ। ଏହି ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଜିଲାରେ ୪୬ ସଚେତନତା ରଥ ବୁଲି ଲୋକଙ୍କୁ ସଚେତନ କରାଇବ। ଏହାସହିତ ଲିଫ୍‌ଲେଟ, ପୋଷ୍ଟର, ବ୍ୟାନର ଲଗାଯିବ। କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କଳାହାଣ୍ଡି ସାଂସଦଙ୍କ ପ୍ରତିନିଧି ଭବେଶ କୁମାର ପଣ୍ଡା, ଭାଜପା ଜିଲା ସଭାପତି ଯୁଗଳ କିଶୋର ପୋଡ଼, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମିନତୀ ଲତା ଦାସଙ୍କ ସମେତ ସହରର ବୁଦ୍ଧିଜୀବୀ, ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି, ଯୋଜନାର ହିତାଧିକାରୀ ଉପସ୍ଥିତ ଥିଲେ। ଜ୍ଞାନେନ୍ଦ୍ର ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri