ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ବିଶ୍ୱ ବିଦ୍ୟାଳୟ ଛକସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲାପାଳ ପାୱାର ସଚିନ ପ୍ରକାଶ ସଭାପତିତ୍ୱ କରି କହିଥିଲେ, ଜିଲାରେ ଏହି କାର୍ଯ୍ୟକ୍ରମ କିଭଳି ସଫଳ ଓ ସୂଚାରରୂପେ କରାଯିବ ସେ ଦିଗରେ ଜିଲା ପ୍ରଶାସନ ତତ୍ପର ଅଛି। ଯୋଜନାର ସଫଳ ରୂପାୟନ କ୍ଷେତ୍ରରେ ବିଭାଗୀୟ ଅଧିକାରୀ, କର୍ମଚାରୀ ଅଧିକ ଯତ୍ନବାନ ହୋଇ କାର୍ଯ୍ୟ ତୁଲାଇବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ଜିଲା ମୁଖ୍ୟାଳୟକୁ ଛାଡି ୪୫ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ କରାଯାଇଛି। ଜିଲା ମୁଖ୍ୟାଳୟରେ ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି ଯୋଜନାରେ କଳାହାଣ୍ଡି ଜିଲାର ୧୪ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ। ବର୍ତ୍ତମାନ ସୁଦ୍ଧା ଜିଲାରେ ୬ ଲକ୍ଷ ୭୪ହଜାର ୯୯୫ କାର୍ଡ ପହଞ୍ଚିଛି। ପର୍ଯ୍ୟାୟ କ୍ରମେ ବଳକା କାର୍ଡ ଉପଲବ୍ଧ ହେବ। ଜନସେବା କେନ୍ଦ୍ର ସମ୍ପୃକ୍ତ ଅଞ୍ଚଳର ଆଶାକର୍ମୀ, ବହୁମୁଖୀ ଜନସ୍ବାସ୍ଥ୍ୟ କର୍ମୀମାନଙ୍କ ସହାୟତାରେ ଗ୍ରାମ ସ୍ତରରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ। କଳାହାଣ୍ଡି ଜିଲାରେ ୧୦ଟି ଘରୋଇ ହସ୍ପିଟାଲ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏ.ବି.ପିଏମ.ଜେ.ଏ.ୱାଇ.), ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜି.ଜେ.ଏ.ୱାଇ.)ରେ ଅନୁବନ୍ଧିତ ରହିଛନ୍ତି। ନୂଆ ଏକକ କାର୍ଡ ପାଇବା ପର୍ଯ୍ୟନ୍ତ ବର୍ତ୍ତମାନର ସମସ୍ତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ହିତାଧିକାରୀ ତାଲିକାଭୁକ୍ତ ହସ୍ପିଟାଲରେ ନିଜର ଆଧାରକାର୍ଡ ସହିତ ବର୍ତ୍ତମାନ ପାଖରେ ଥିବା ସ୍ବାସ୍ଥ୍ୟ କାର୍ଡ ନମ୍ବର ଦେଇ ଚିକିତ୍ସା ପାଇପାରିବେ। ଏହି ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଜିଲାରେ ୪୬ ସଚେତନତା ରଥ ବୁଲି ଲୋକଙ୍କୁ ସଚେତନ କରାଇବ। ଏହାସହିତ ଲିଫ୍‌ଲେଟ, ପୋଷ୍ଟର, ବ୍ୟାନର ଲଗାଯିବ। କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କଳାହାଣ୍ଡି ସାଂସଦଙ୍କ ପ୍ରତିନିଧି ଭବେଶ କୁମାର ପଣ୍ଡା, ଭାଜପା ଜିଲା ସଭାପତି ଯୁଗଳ କିଶୋର ପୋଡ଼, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମିନତୀ ଲତା ଦାସଙ୍କ ସମେତ ସହରର ବୁଦ୍ଧିଜୀବୀ, ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି, ଯୋଜନାର ହିତାଧିକାରୀ ଉପସ୍ଥିତ ଥିଲେ। ଜ୍ଞାନେନ୍ଦ୍ର ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri