କିଣାଯିବ ୧୪ ଲକ୍ଷ ମେଟ୍ରିକ ଟନ୍‌ ରବିଧାନ

ଭୁବନେଶ୍ୱର,୬।୫(ବ୍ୟୁରୋ)ରାଜ୍ୟରେ ରବିଧାନ ସଂଗ୍ରହ ଲାଗି ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ୨୦୨୧-୨୨ ବର୍ଷରେ ମୋଟ୍‌ ୧୪ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରାଯିବ। ଏଥିଲାଗି ୨ଲକ୍ଷ ୫୮ ହଜାର ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଏହି କାର୍ଯ୍ୟରେ ୧୨୨ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସାମିଲ ହେବେ। ଗତବର୍ଷ ଏଥିଲାଗି ୧୦୧ ଏସ୍‌ଏଚ୍‌ଜିକୁ ନିୟୋଜିତ କରାଯାଇଥିଲା। ସେହିପରି ୮୧୭ ପ୍ରାଥମିକ କୃଷି ସମବାୟ ସମିତି ମଧ୍ୟ ରବି ଧାନ କିଣାରେ ଭାଗନେବେ। ପ୍ରତି ଜିଲାର ଅଧିକରୁ ଅଧିକ ଏସ୍‌ଏଚ୍‌ଜିକୁ ଧାନ ଖରିଦ କାର୍ଯ୍ୟରେ ସାମିଲ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ଅଧ୍ୟକ୍ଷ ତଥା ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରବିଧାନ ସଂଗ୍ରହରେ ସ୍ବଚ୍ଛତା ରକ୍ଷା ଲାଗି ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଭର୍ଚୁଆଲ୍‌ ମୋଡ୍‌ରେ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମେ’ ୧ ରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଧାନ କିଣାଯିବ। କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୧,୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି। ଆସନ୍ତା ୧୩ ତାରିଖରେ ସମ୍ବଲପୁର ଜିଲାରେ ଧାନ କିଣା ଆରମ୍ଭ ହେବ। ସେହିପରି ପ୍ରତିଜିଲାରେ ଜିଲାସ୍ତରୀୟ ବୈଠକ କରାଯାଇ ଧାନ ସଂଗ୍ରହ ଦିନ ଧାର୍ଯ୍ୟ କରାଯିବ। ୧୭ ଜିଲାର ଜଳସେଚିତ ଅଞ୍ଚଳର ଚାଷୀଙ୍କଠାରୁ ଏକର ପିଛା ୨୪ରୁ ୨୬ କୁଇଣ୍ଟାଲ ଧାନ ସଂଗ୍ରହ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
୨୦୨୦-୨୧ ବର୍ଷରେ ୨.୩୩ ଲକ୍ଷ ଚାଷୀ ୭.୬୦ ଲକ୍ଷ ଏକର ରବି ଧାନ ବିକ୍ରି ନିମନ୍ତେ ପଞ୍ଜୀକୃତ ହୋଇଥିଲେ। ଚଳିତ ଥର ମୋଟ୍‌ ୨ଲକ୍ଷ ୫୮ ହଜାର ଚାଷୀ ୭.୬୨ ଲକ୍ଷ ଏକର ଜମି ପାଇଁ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ତନ୍ମଧ୍ୟରେ ଅଧିକ ସଂଖ୍ୟକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଅଛନ୍ତି। ୨୦୨୦-୨୧ରେ ୪ ଲକ୍ଷ ୫୧ ହଜାର ନାମମାତ୍ର ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ଏଥର ଏହା ୬ ଲକ୍ଷ ୨୨ ହଜାରକୁ ବୃଦ୍ଧି ପାଇଛି। ସେହିପରି କ୍ଷୁଦ୍ର ଚାଷୀଙ୍କ ସଂଖ୍ୟା ୪ ଲକ୍ଷ ୫୬ ହଜାରରୁ ୪ ଲକ୍ଷ ୭୦ ହଜାରକୁ ବଢ଼ିଛି। ପଞ୍ଜୀକୃତ ଚାଷୀଙ୍କ ମଧ୍ୟରେ ପ୍ରାୟ ୨୨,୨୨୮ ଜଣ ଭାଗଚାଷୀ ଅଛନ୍ତି। ଚାଷୀଙ୍କୁ ଧାନକିଣା ସମ୍ପର୍କିତ ସବିଶେଷ ସୂଚନା ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଜଣାଇ ଦିଆଯିବ। ଯୋଗ୍ୟ ଚାଷୀଙ୍କଠାରୁ ଧାନ କିଣିବା ଏବଂ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଦେୟ ପୈଠ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଧାନ ସଂଗ୍ରହ ଓ ଦେୟ ପୈଠ ପାଇଁ ଯଥାକ୍ରମେ ପି-ପାସ୍‌ ଏବଂ ଆଇଏଫ୍‌ଏମ୍‌ଏସ୍‌ ଅନଲାଇନ୍‌ ବ୍ୟବସ୍ଥା ଗ୍ରହଣ କରିବା ଲାଗି ସେ ଗୁରୁତ୍ୱାରୋପ କରିଛନ୍ତି। ଏଥିଲାଗି ମିଶନ ଶକ୍ତି ଗ୍ରୁପ୍‌, ଧାନକିଣାରେ ନିୟୋଜିତ ସମବାୟ ସମିତି ଅଧିକାରୀ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ତାଲିମ ଦିଆଯାଇଛି।
ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ସଞ୍ଜୀବ ଚୋପ୍ରା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସମବାୟ ବିଭାଗ ଶାସନ ସଚିବ ସଞ୍ଜୀବ ଚଢ଼ା, ମିଶନ ଶକ୍ତି ବିଭାଗ ଶାସନ ସଚିବ ସୁଜାତା କାର୍ତ୍ତିକେୟନ, ରାଜ୍ୟ ସାଧାରଣ ଯୋଗାଣ ନିଗମ ଅଧ୍ୟକ୍ଷଙ୍କ ସମେତ ସମ୍ପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri