୧୪ ଓକିଲଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରରେ ଚାଲିଥିବା ଆନ୍ଦୋଳନ ଗତ ୧୨ ତାରିଖରେ ଉଗ୍ର ରୂପ ନେଇ କୋର୍ଟ ଭିତରେ ତୁମୁଳକାଣ୍ଡ ଘଟିଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଏମାନଙ୍କ ମଧ୍ୟରୁ ୧୪ଜଣ ଓକିଲଙ୍କ ପାଇଁ ଶୁକ୍ରବାର ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଆବେଦନ ହୋଇଥିଲା। ହେଲେ କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଏହାପରେ ସେମାନେ ଉପର କୋର୍ଟରେ ଜାମିନ ପାଇଁ ଆବେଦନ କରିବେ ବୋଲି ଓକିଲମାନେ କହିଛନ୍ତି। କୁଚିଣ୍ଡାର ଓକିଲ ରଞ୍ଜନ ଶର୍ମା, ସଚ୍ଚିଦାନନ୍ଦ ଶର୍ମା, ଯଦୁମଣି ପୃଷେଠ ସମସ୍ତ କାଗଜପତ୍ର ପ୍ରକ୍ରିୟା ସାରି ଏସ୍‌ଡିଜେଏମ୍‌ଙ୍କ ପାଖରେ ଆବେଦନ କରିଥିଲେ। କେତେକ ଜାମିନବିହୀନ ଦଫା ଲାଗିଥିବାରୁ ଏସ୍‌ଡିଜେଏମ୍‌ ଏହାକୁ ଖାରଜ କରିଦେଇଥିଲେ ବୋଲି ଓକିଲ ରଞ୍ଜନ ଶର୍ମା କହିଛନ୍ତି। ସେ ଆହୁରି କହିଛନ୍ତି, ଆମକୁ କେହି ନିୟୋଜିତ କରିନାହାନ୍ତି। ନିଜ ପକ୍ଷରୁ ମାମଲା କରିଥିଲୁ। ପ୍ରଥମ ପର୍ଯ୍ୟାୟରେ ୧୪ ଜଣଙ୍କ ପାଇଁ ଆବେଦନ କରିଛୁ। ଅନ୍ୟମାନଙ୍କ ପାଇଁ ମଧ୍ୟ ଆବେଦନ କରାଯିବ। ଆଜି ଜାମିନ ଖାରଜ ହୋଇଛି। ଏହାକୁ ନେଇ ଉପର କୋର୍ଟରେ ଅପିଲ କରିବୁ ବୋଲି ସେ କହିଥିଲେ। ଅନ୍ୟପଟେ ଶୁକ୍ରବାର ମଧ୍ୟ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି ରହିଥିଲା। ବରିଷ୍ଠ ପୋଲିସ ଅଧିକାରୀଙ୍କ ସମେତ ୨୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ। ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଥିଲେ ମଧ୍ୟ ସାଧାରଣ ଲୋକଙ୍କୁ କାମ ପାଇଁ କୋର୍ଟ ପରିସରକୁ ଛଡାଯାଇଥିଲା। ଅନ୍ୟପଟେ ପୋଲିସ ଅନ୍ୟ କେତେଜଣ ଓକିଲଙ୍କୁ ଗିରଫ କରିବାକୁ ଯୋଜନା କରୁଛି। ରାଜ୍ୟ ବାହାରେ ମଧ୍ୟ ଜିଲା ପୋଲିସ ଟିମ୍‌ ପହଞ୍ଚତ୍ଥିବା ଜଣାପଡିଛି। ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଟିମ୍‌ ରାତିଅଧିଆ ଚଢାଉ ଜାରି ରଖିଛି। ପୋଲିସର ଏଭଳି ଗିରଫଦାରିକୁ ସାଧାରଣରେ ନିନ୍ଦା କରାଯାଉଛି। ପୋଲିସ ନିଜର ଭୁଲ୍‌ ସଂଶୋଧନ କରିବା ଓ ଛବି ସୁଧାରିବାକୁ ଏଭଳି କରୁଥିବା ଅଭିଯୋଗ ହେଉଛି। ସାମାଜିକ ଗଣମାଧ୍ୟମରେ ମଧ୍ୟ ଏହାକୁ ନିନ୍ଦା କରାଯାଉଛି। ଓକିଲ ସଂଘ ପ୍ରତି ସାଧାରଣରେ ସମର୍ଥନ ବଢୁଥିବା ଲକ୍ଷ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri