୧୪ ମାସ ପରେ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୫।୮(ବ୍ୟୁରୋ):,ନୟାପଲୀ ଥାନା ଅନ୍ତର୍ଗତ ସାଲିଆସାହିର ରିଙ୍କୁ ସ୍ବାଇଁ ହତ୍ୟା ଘଟଣାର ୧୪ ମାସ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ବାଲେଶ୍ୱର ଓ ଖୋର୍ଦ୍ଧାରୁ ଗିରଫ କରିଛି। ସେମାନେ ହେଲେ କଟକ ବାଙ୍କୀର ସୌମ୍ୟରଞ୍ଜନ ମହାପାତ୍ର(୨୩), ଗଞ୍ଜାମ ଦିଗପହଣ୍ଡି ଅଞ୍ଚଳର ବଳରାମ ବାରିକ(୨୪), ବାଲିପଦରର ଗଣେଶ ବେହେରା(୨୭), ଖଲିକୋଟ ଲକ୍ଷ୍ମୀନାରାୟଣପୁରର ଶୁଭରାଜ ମହାରଣା(୨୨) ଓ ବାଲେଶ୍ୱର ଖନ୍ତାପଡା ଅଞ୍ଚଳର ଅଚ୍ୟୁତାନନ୍ଦ ଦାଶ(୨୩)। ସେମାନଙ୍କ ନିକଟରୁ ପୋଲିସ ଗୋଟିଏ ଏୟାର ଗନ୍‌ ଓ ଏକ ପଲସର ବାଇକ ଜବତ କରିଛି। ମାମଲା ନଂ.୨୫୯/୨୦୧୯ ଏବଂ ଆଇପିସି ଦଫା ୩୪୧, ୩୦୭, ୩୨୬, ୪୨୭ ଓ ୩୪ରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
୨୦୧୯ ମେ ୨୯ରେ ରିଙ୍କୁ ବାଣୀବିହାର ନିକଟରେ ରହୁଥିବା ସାଙ୍ଗ ପ୍ରକାଶ ରେଡ୍ଡୀଙ୍କ ବିବାହ ଭୋଜିରେ ଯୋଗଦେଇ ଘରକୁ ଫେରୁଥିବାବେଳେ ସାଲିଆସାହି ନିକଟରେ ଅଭିଯୁକ୍ତମାନେ ତାଙ୍କ ଉପରକୁ ବୋମା ମାଡ଼ କରିଥିଲେ। ଏଥିରେ ସେ ଗୁରୁତର ଆହତ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ରିଙ୍କୁଙ୍କ ବାପା କୃଷ୍ଣଚନ୍ଦ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସେହିବର୍ଷ ଜୁନ ୨ରେ ଦୁଇ ଅଭିଯୁକ୍ତ ସନାତନ ରେଡ୍ଡୀ ଓ ବିକ୍ରମ ରେଡ୍ଡୀ ଗିରଫ ହୋଇଥିବାବେଳେ ବାକି ୫ ଅଭିଯୁକ୍ତ ଫେରାର ଥିଲେ। ସେମାନେ ଗିରଫ ଭୟରେ ମାଡ୍ରାସ ପଳାଇ ସେଠାରେ କାମ କରୁଥିଲେ। ଲକ୍‌ଡାଉନ୍‌ ଯୋଗୁ କାମଧନ୍ଦା ବନ୍ଦ ହୋଇଯିବାରୁ ସେମାନେ ଘରକୁ ପଳାଇ ଆସିଥିଲେ। ହେଲେ ବାଲେଶ୍ୱର ଖନ୍ତାପଡାର ଅଛ୍ୟୁତାନନ୍ଦ ଘରେ ଥିବା ପୋଲିସ ଖବର ପାଇଥିଲା। ପ୍ରଥମେ ତାଙ୍କୁ ଗିରଫ କରାଯିବା ପରେ ତାଙ୍କୁ ପଚରାଉଚରା କରି ଅନ୍ୟ ୪ ଅଭିଯୁକ୍ତଙ୍କୁ ଖୋର୍ଦ୍ଧା ବରୁଣେଇସ୍ଥିତ ଧାନ କଳ ଓ ପେଟ୍ରୋଲ ପମ୍ପରୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri