ରାଜଧାନୀରେ ପୁଣି ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୮ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪ ଜଣଙ୍କ, ଲୋକାଲ କେସ୍‌ ୧୦ ଜଣ ଅଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୟୁନିଟ୍‌-୪ରୁ ୧୪ ଏବଂ ୭ ବର୍ଷର ବାଳକ, ୟୁନିଟ୍‌-୬ରୁ ୪୨ ବର୍ଷୀୟ ପୁରୁଷ ଏବଂ ଅନ୍ୟଜଣେ ୨୫ ବର୍ଷୀୟା ମହିଳା ଯେ କି ବେସରକାରୀ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ। ସେହିପରି ସ୍ଥାନୀୟ କେସ୍‌ ମଧ୍ୟରେ କାନନ ବିହାରରୁ ୭୫ ବର୍ଷୀୟ ମହିଳା, ବମିଖାଲରୁ ୪୦ ବର୍ଷୀୟ ପୁରୁଷ, ନୟାପଲ୍ଲୀରୁ ୩୦ ବର୍ଷୀୟ ପୁରୁଷ, ଆଇଆରସି ଭିଲେଜ୍‌ରୁ ୫୬ ବର୍ଷୀୟ ପୁରୁଷ, ଗଙ୍ଗା ନଗରରରୁ ୪୪ ବର୍ଷୀୟା ମହିଳା, ୟୁନିଟ୍‌-୮ରୁ ୬୦ ବର୍ଷୀୟ ପୁରୁଷ, ୟୁନିଟ୍‌-୬ରୁ ଜଣେ ବର୍ଷକର ବାଳିକା, ୟୁନିଟ୍‌-୯ରୁ ୩୨ ବର୍ଷୀୟ ପୁରୁଷ, ପାତ୍ରପଡାରୁ ୨୪ ବର୍ଷୀୟା ମହିଳା ଏବଂ ବେସରକାରୀ ଡାକ୍ତରଖାନାରେ କାମ କରୁଥିବା ଜଣେ ୨୪ ବର୍ଷୀୟା ମହିଳା ସାମିଲ ଅଛନ୍ତି। ସୋମବାର ୨୯ ଜଣ ସୁସ୍ଥ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ୭୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩୫୬ ଜଣ ସୁସ୍ଥ ହୋଇଥିବାବେଳେ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ୩୫୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri