Posted inଜାତୀୟ

ଉଦ୍ଧବଙ୍କୁ ଝଟକା: ଶିନ୍ଦେ ଗୋଷ୍ଠୀଙ୍କ ବୈଠକରେ ଅନ୍‌ଲାଇନ୍‌ରେ ସାମିଲ ହେଲେ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ପୂର୍ବରୁ ହାତରୁ ଶାସନ କ୍ଷମତା ହରାଇଥିବା ବେଳେ ବର୍ତ୍ତମାନ ଦଳକୁ ବଞ୍ଚାଇବା ପାଇଁ ସେ ସଂଗ୍ରାମ ଚଳାଇଛନ୍ତି। ପ୍ରତିଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଶିବସେନାର କେତେକ ଏମ୍‌ପି ଏବେ ଶିନ୍ଦେଙ୍କ ସମର୍ଥନରେ ରହିଛନ୍ତି। ଅନ୍ୟପଟେ ଏକନାଥ ଶିିନ୍ଦେ ଗୋଷ୍ଠୀ ଶିବସେନାର ନୂତନ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଘୋଷଣା କରିଛନ୍ତି। ଏକନାଥଙ୍କ ଦଳ ପୁରୁଣା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀକୁ ବରଖାସ୍ତ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଶିବସେନାର ମୁଖ୍ୟ ନେତା ଭାବେ ମନୋନୀତ କରାଯାଇଥିବା ଜଣାପଡ଼ିଛି। ଅନ୍ୟପଟେ ଶିବସେନା ପକ୍ଷରୁ ବର୍ତ୍ତମାନ ସୁଦ୍ଧା ମୁଖ୍ୟ ପଦ ଚୟନ ହୋଇନାହିଁ। ତେବେ ଦଳର ମୁଖପାତ୍ର ଭାବେ ବିଧାୟକ ଦୀପକ କେସରକରଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଶିବସେନା ନେତା ଭାବେ ରାମଦାସ କଦମ ଏବଂ ଆନନ୍ଦ ରାଓ ଅଡସୁଲ ନିଯୁକ୍ତ ହୋଇଛନ୍ତି। ଶିବସେନାର ଉପନେତା ଭାବେ ଯଶୱନ୍ତ ଯାଦବ ଗୁଲାବ ରାଓ ପାଟିଲ, ଉଦୟ ସାମନ୍ତ, ଶରଦ ପଙ୍କସେ, ତାନାଜୀ ସାୱନ୍ତ, ବିନୟ ନାହଟା, ଶିବାଜିରାଓ ପାଟିଲ ମନୋନୀତ ହୋଇଛନ୍ତି। ସୂଚନା ମୁତାବକ, ସୋମବାର ମୁମ୍ବାଇର ଟ୍ରାଇଡେଣ୍ଟ ହୋଟେଲରେ ଶିବସେନା ଶିନ୍ଦେ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଶିବସେନାର ୧୩-୧୪ ବିଦ୍ରୋହୀ ଏମ୍‌ପି ଅନ୍‌ଲାଇନ୍‌ରେ ଉପସ୍ଥିତ ଥିଲେ। ଅନ୍ୟପଟେ ସୋମବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଚାଲିଥିବା ବେଳେ ଶିବସେନା ଏନ୍‌ଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ପୂର୍ବରୁ ଘୋଷଣା କରିସାରିଛି। ଏଭଳି ପରିସ୍ଥିତିରେ, ଏହି ଖବର ଉଦ୍ଧବ ଠାକ୍‌ରେଙ୍କ ପାଇଁ ଏକ ସମସ୍ୟା ସୃଷ୍ଟି କରିପାରେ ବୋଲି ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଶିବସେନାର ୫୫ ବିଧାୟକ ଦୁଇଟି ଦଳରେ ବାଣ୍ଟି ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ଶିିନ୍ଦେଙ୍କ ନେତୃତ୍ୱକୁ ୪୦ଜଣ ବିଧାୟକଙ୍କ ସମର୍ଥନ ଥିବା ବେଳେ ୧୫ ବିଧାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହ ରହିଛନ୍ତି। ଏଥିସହ ବର୍ତ୍ତମାନ ୧୩-୧୪ଏମ୍‌ପି ତାଙ୍କ ସମର୍ଥନରେ ରହିଛନ୍ତି ବୋଲି ଶିନ୍ଦେ ଦଳ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri