ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ ତାହା ବିଳମ୍ବ ହୋଇଥିଲା। ଶେଷରେ ଗୁରୁବାର ଗଞ୍ଜାମ ଜିଲାର ନୂଆ ସରକାରୀ ଓକିଲ ତାଲିକାକୁ ଆଇନ ବିଭାଗ ପକ୍ଷରୁ ଅନୁମୋଦନ ଦିଆଯାଇଛି। ଭଞ୍ଜନଗର ଓ ଜଗନ୍ନାଥପ୍ରସାଦର
ବିଭିନ୍ନ କୋର୍ଟରେ ୧୪ ଜଣ ଆଇନଜୀବୀ ସରକାରୀ ଓକିଲ ଭାବେ ନିଯୁକ୍ତି ପାଇଛନ୍ତି। ସେମାନେ ହେଲେ ଭଞ୍ଜନଗର ଉପ ଜିଲାପାଳ କାର୍ଯ୍ୟାଳୟରେ ସହକାରୀ ପିପି ଭାବେ ବରିଷ୍ଠ ଆଇନଜୀବୀ ବିଜୟ କୁମାର ଗୌଡ ନିଯୁକ୍ତି ପାଇଛନ୍ତି। ସେହିଭଳି ଭଞ୍ଜନଗର ତହସିଲ କାର୍ଯ୍ୟାଳୟରେ ଆସିଷ୍ଟାଣ୍ଡ ପିପି ଭାବେ ସୁଧିର କୁମାର ଦାସ ,ଜଗନ୍ନାଥପ୍ରସାଦ ତହସିଲରେ ଆସିଷ୍ଟାଣ୍ଡ ପିପି ଭାବେ ବିଜୟ ରଞ୍ଜନ ବେହେରା ନିଯୁକ୍ତି ପାଇଛନ୍ତି। ଏଥିସହ ଭଞ୍ଜନଗର ଏଡିଜେ କୋର୍ଟରେ ସ୍ପେସିଆଲ ପିପି ଭାବେ ଜ୍ଞାନେନ୍ଦ୍ର କୁମାର ନାୟକ, ହରେକୃଷ୍ଠ ମହାପାତ୍ର ଓ ଏସୋସିଏଟ ଲୟରେ ଭାବେ ବସନ୍ତ କୁମାର ଦାସ, ସିଭିଲ ଜଜ ସିନିୟର୍‌ ଡିଭିଜନ କୋର୍ଟ ରେ ଏଜିପି ଭାବେ ପ୍ରଭାକର ପାତ୍ର, ଏସ୍‌ ଡି ଜେଏମ୍‌ କୋର୍ଟ ରେ ଆସିଷ୍ଟାଣ୍ଟ ପିପି ଭାବେ ଅରୁଣ କୁମାର ପ୍ରଧାନ ଓ ଗିରିଜା ଶଙ୍କର ଭୂୟାଁ ଏବଂ  ଜେ ଏମ୍‌ଏଫ୍‌ସି କୋର୍ଟରେ ଆସିଷ୍ଟାଣ୍ଟ ପି ପି ଭାବେ ମନୋଜ କୁମାର ପଟ୍ଟନାୟକ (ଏ) ଓ ଧବଳେଶର ମାଝୀ ନିଯୁକ୍ତି ପାଇଛନ୍ତି। ସେହିଭଳି ଜଗନ୍ନାଥପ୍ରସାଦ ଜେଏମ୍‌ଏଫ୍‌ସି କୋର୍ଟ ରେ ଏଜି ପି ଭାବେ ରଜତ କୁମାର ଦାସ ନିଯୁକ୍ତି ପାଇଥିବା ବେଳେ ଆସିଷ୍ଟାଣ୍ଟ ପି ପି ଭାବେ ଜନାର୍ଦ୍ଦନ ପ୍ରଧାନ ଓ ଅରୁଣ କୁମାର ବେହେରା ନିଯୁକ୍ତି ପାଇଛନ୍ତି।

ସୂଚନାଯୋଗ୍ୟ, ଭଞ୍ଜନଗର ଏସଡିଜେଏମ କୋର୍ଟରେ ଆସିଷ୍ଟାଣ୍ଟ ପିପି ଭାବେ ନିଯୁକ୍ତି ପାଇଥିବା ଅରୁଣ କୁମାର ପ୍ରଧାନ ଗତ ରବିବାର ନିଜ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ତେଣୁ ତାଙ୍କରି ସ୍ଥାନରେ ଆଗାମୀ ଦିନରେ ଆଉ ଜଣେ ନୂଆ ଆଇନଜୀବୀଙ୍କୁ ନିଯୁକ୍ତି ଦିଆଯିବା ସମ୍ଭାବନା ରହିଛି। ନବ ନିଯୁକ୍ତ ସରକାରୀ ଓକିଲମାନଙ୍କୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri