Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ ୧୪ ବିରୋଧୀ ଏକଜୁଟ…

ନୂଆଦିଲ୍ଲୀ,୨୮।୭: ପେଗାସସ୍‌ ମାମଲାକୁ ନେଇ କେନ୍ଦ୍ର ସରକାର ହରଡ଼ଘଣାରେ ପଡ଼ିଛନ୍ତି। ଲୋକ ସଭା ଏବଂ ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଲାଗି କଂଗ୍ରେସ ନେତୃତ୍ୱରେ ୧୪ଟି ବିରୋଧୀ ଦଳ ଏକଜୁଟ ହୋଇଛନ୍ତି। ଏହି ମାମଲାରେ କୌଣସି ବୁଝାମଣା କରାଯିବ ନାହିଁ ବୋଲି ରାହୁଲ ଗାନ୍ଧୀ ବିରୋଧୀଙ୍କ ପକ୍ଷରୁ ବୁଧବାର ଅନୁଷ୍ଠିତ ହୋଇଥିବା ବୈଠକରେ କହିଛନ୍ତି। ବିରୋଧୀ ଦଳଙ୍କ ପକ୍ଷରୁ ଏନେଇ ସରକାରଙ୍କୁ ନୋଟିସ୍‌ ଜାରି କରାଯିବ। ଅନୁଷ୍ଠିତ ହୋଇଥିବା ବୈଠକରେ କଂଗ୍ରେସ ସମତେ ଡିଏମ୍‌କେ, ଏନ୍‌ସିପି, ଏସ୍‌ଏସ୍‌, ଆର୍‌ଜେଡ଼ି, ଏସ୍‌ପି, ସିପିଆଇଏମ, ସିପିଆଇ, ଏନ୍‌ସି, ଏଏପି, ଆଇୟୁଏମ୍‌ଏଲ୍‌, ଆର୍‌ଏସ୍‌ପି, କେସିଏମ୍‌, ଭିସିକେ ଆଦି ରାଜନୈତିକ ଦଳର ସଦସ୍ୟମାନେ ଉପସ୍ଥିତ ରହି ରାହୁଲଙ୍କୁ ସମର୍ଥନ କରିଛନ୍ତି। କଂଗ୍ରେସ ସଦସ୍ୟ ମଲ୍ଲିକାର୍ଜୁନ ଖଡ୍‌ଗେ ସଂସଦରେ ପେଗାସସ୍‌ ଉପରେ ଆଲୋଚନା କରିବାକୁ ଦାବି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହାର ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?