୧୪ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ପାପଡ଼ାହାଣ୍ଡି,୩ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଦଳେଇଗୁଡ଼ା ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ୧୪ ଜଣ ଛାତ୍ରୀ ବୁଧବାର ଅସୁସ୍ଥ ହୋଇ ପାପଡ଼ାହାଣ୍ଡି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣଙ୍କୁ ଥଣ୍ଡା, କାଶ ଓ ଜ୍ୱର ହୋଇଥିବା ବେଳେ ୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଛାତ୍ରୀମାନେ ନବମ ଓ ଦଶମ ଶ୍ରେଣୀର ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଦଳେଇଗୁଡ଼ା ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନଙ୍କୁ କ୍ଲାସ୍‌ ସରିବା ପରେ ଥଣ୍ଡା, କାଶ ସହ ଜ୍ୱର ଦେଖାଦେଇଥିଲା। ସେମାନେ ହେଲେ ପୁଷ୍ପା ମାଝି, ନିଳେନ୍ଦ୍ରୀ ମାଝି, ଗୋମତି ଭତରା, ଭଗବତୀ ସାନ୍ତା, ଭଗବତୀ ଭତରା, ରୁପାଲି ହରିଜନ, ଚନ୍ଦ୍ରକାନ୍ତି ଭତରା, ମଞ୍ଜୁଳାବତୀ ଭତରା, ହୀରାମଣି ପୂଜାରୀ, ମଙ୍ଗରି ମାଝି ଓ ଲଳିତା ମାଝି। ସେହିପରି ରିତା ଭତରା ଓ ରିତା ହରିଜନଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଉଭୟ ଗୁରୁତର ଥିବା ବେଳେ ରିତା ଭତରାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି। ଦୁଇ ଦିନ ତଳେ ମେଡିକାଲ ଟିମ୍‌ ଯାଇ ସ୍କୁଲ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ଝାଡ଼ାବାନ୍ତିର କାରଣ ଜଣା ପଡ଼ିନାହିଁ। ଥଣ୍ଡା, କାଶରେ ଆକ୍ରାନ୍ତ ୧୨ ଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଔଷଧ ଦେଇ ବିଦ୍ୟାଳୟକୁ ପଠାଯାଇଛି। ଛାତ୍ରୀମାନଙ୍କ ପରିବାରକୁ ସୂଚନା ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri