ହଷ୍ଟେଲ ଛାଡ଼ି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ୧୪ ଛାତ୍ର

ରାୟଗଡ଼ା,୯।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ବଡରାଇସିଂ ଆଶ୍ରମର ୧୪ଜଣ ଛାତ୍ର ବିଦ୍ୟାଳୟ ହଷ୍ଟେଲ ଛାଡି ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଛାତ୍ରମାନେ ରାତି ତମାମ ଚାଲିଚାଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିବା ଜଣାପଡିଛି। ବିଦ୍ୟାଳୟ ଏବଂ ହଷ୍ଟେଲରେ ଅବ୍ୟବସ୍ଥା ପ୍ରତିବାଦରେ ହଷ୍ଟେଲ ଛାଡ଼ିଥିବା ଛାତ୍ରମାନେ ପ୍ରକାଶ କରିଛନ୍ତି।

ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଜିଲାରେ ମହାବଳ ବାଘ ଏବଂ ହାତୀପଲ ଉତ୍ପାତ ମଚାଇଥିବା ବେଳେ ୧୪ଜଣ ଛାତ୍ର ଜଙ୍ଗଲ ଭିତରେ ଚାଲିଚାଲି ଆସିଥିଲେ। ଯାହାକି ବର୍ତ୍ତମାନ ଚିନ୍ତାର କାରଣ ହୋଇଛି। ଘଟଣାରୁ ପ୍ରକାଶ ଯେ, ବଡରାଇସିଂ ଆଶ୍ରମରେ ୨୪୦ଜଣ ଛାତ୍ରୀଛାତ୍ର ହଷ୍ଟେଲରେ ରହୁଛନ୍ତି। ସମସ୍ତ ଛାତ୍ରଛାତ୍ରୀ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ସେଠାରେ ରହୁଛନ୍ତି। ସେମାନଙ୍କ ଉପରେ ନିର୍ଯାତନା ଅସହ୍ୟ ହେବାରୁ ହଷ୍ଟେଲ ଛାଡି ଜିଲାପାଳଙ୍କୁ ଜଣାଇବା ପାଇଁ ଆସିଥିବା ସେମାନେ କହିଛନ୍ତି। ଜିଲାପାଳ ଆସିବା ପରେ ସମସ୍ତ କଥା ଜଣାଇବୁ ବୋଲି ପ୍ରକାଶ କରିଛନ୍ତି।

ଛାତ୍ରମାନେ କହିଛନ୍ତି ଯେ, ହଷ୍ଟେଲରେ ଖାଇବା ପାଇଁ ଠିକ୍‌ ଭାବେ ଦିଆଯାଉ ନାହିଁ। ଖାଇବା ପାଇଁ ମାଗିଲେ ବିଦ୍ୟାଳୟ କର୍ତ୍ତୃପକ୍ଷ ମାଡ ମାରିବା ସହିତ ବିଦ୍ୟାଳୟରୁ ତଡି ଦେବାର ଭୟ ଦେଖାଉଥିବା ଅଭିଯୋଗ ହୋଇଛି। ଏପରିକି ସରକାରଙ୍କ ପକ୍ଷରୁ ଯେଉଁ ସବୁ ସାମଗ୍ରୀ ପ୍ରଦାନ କରାଯାଉଛି ତାହା ହଡ଼ପ ହେଉଛି। କହିଲେ କେହି ଶୁଣିବାକୁ ନାହାନ୍ତି।

ପୂର୍ବରୁ ପ୍ରଧାନଶିକ୍ଷକ ବିଶାମିତ୍ର ସୁନାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା। ରାୟଗଡ଼ା ସହର ଉପକଣ୍ଠ କଲାଗୁଡାସ୍ଥିତ ଅନ୍ବେସା ହଷ୍ଟେଲରେ ସମାନ ଅଭିଯୋଗ ଆସିଥିଲା। ହଷ୍ଟେଲର ଛାତ୍ରୀଛାତ୍ର ଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ ଜଣାଇଥିଲେ। ତାପରେ ବିଶାମିତ୍ର ସୁନାଙ୍କୁ ଜିଲାପାଳ ହଟେଇ ଥିଲେ। ଆଉ ମାତ୍ର ଦୁଇ ମାସ ମଧ୍ୟରେ ସମାନ ଘଟଣା ଏବେ ନଜରକୁ ଆସିଛି। ଏହି ସମ୍ପର୍କରେ ପ୍ରଧାନଶିକ୍ଷକ ବିଶାମିତ୍ର ସୁନା କହିଛନ୍ତି ଖାଇବା ପାଇଁ ପିଲାମାନଙ୍କୁ ଠିକ୍‌ ଭାବରେ ପ୍ରଦାନ ହେଉଛି। ପିଲାମାନେ ହଷ୍ଟେଲ ଫାଟକ ଡେଇଁ ଆସିଛନ୍ତି।ତବେ ମାଡ଼ ମରାଯିବା ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍

ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର…

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri