ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ପ୍ରଦାନ କରାଯାଇଛି। ମହାନଦୀ କୋଲ୍‌ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ପକ୍ଷରୁ ବିଶେଷ ଭାବେ ନିର୍ମିତ ଗାଡ଼ି (ISUZU D-MAX, V-CROSS) ପ୍ରଦାନ କରାଯାଇଛି।

ଏଥିସହ ବାଲୁଖଣ୍ଡ ଅଭୟାରଣ୍ୟ ଓ କପିଳାସ ଅଭୟାରଣ୍ୟକୁ ମଧ୍ୟ ପାଟ୍ରୋଲିଂ ଯାନ ପ୍ରଦାନ କରାଯାଇଛି। ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଏସବୁ ଅତ୍ୟାଧୁନିକ ପାଟ୍ରୋଲିଂ ଗାଡ଼ି ଦିଆଯାଇଛି। ଗୁରୁବାର ଭୁବନେଶ୍ୱରସ୍ଥିତ ଭରତପୁର ଅଭୟାରଣ୍ୟ ନିକଟରେ ଏହି ପାଟ୍ରୋଲିଂ ଭ୍ୟାନ୍‌ର ଶୁଭାରମ୍ଭ ହୋଇଯାଇଛି। ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି।

ଏହି ଗାଡିଗୁଡିକରେ ଜିପିଏସ୍‌ ନେଭିଗେସନ୍‌ ଭଳି ଅନେକ ଆଧୁନିକ ବ୍ୟବସ୍ଥା ରହିବା ସହ ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ପାଇଁ ଦରକାର ହେଉଥିବା ବିଭିନ୍ନ ସରଞ୍ଜାମ ସ୍ଥାପନ କରାଯାଇଛି। ଗାଡ଼ିଗୁଡିକ ଶିକାରୀମାନଙ୍କ ଦୃଷ୍ଟିକୁ ଏଡାଇଯିବା ଭଳି ବିଶେଷ ଭାବରେ ରଙ୍ଗ କରାଯାଇଛି। ଜଙ୍ଗଲରେ ତୀକ୍ଷ୍ମ ଘାଟି ଓ କଷ୍ଟସାଧ୍ୟ ଅଞ୍ଚଳରେ ଚାଲିବା ପାଇଁ ଏହି ଗାଡି ଗୁଡିକରେ ଆବଶ୍ୟକୀୟ ପରିବର୍ତ୍ତନ କରାଯିବା ସହିତ ଅଧିକ ସୁରକ୍ଷା କର୍ମଚାରୀ ବସିବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସମ୍ବେଦନଶୀଳ ଅଞ୍ଚଳମାନଙ୍କରେ ଏହି ଗାଡିଗୁଡିକ ସୁରକ୍ଷା କାର୍ଯ୍ୟରେ ନିଯୋଜିତ କରାଯିବ। ସେହିପରି ଆଗାମୀ ଦିନରେ ସମ୍ବଲପୁର ଡେବ୍ରିଗ ଅଭୟରଣ୍ୟରେ ମଧ୍ୟ ଏଭଳି ଅତ୍ୟାଧୁନିକ ପେଟ୍ରୋଲିଂ ଭ୍ୟାନ ଯୋଗାଇ ଦେବାନେଇ ନେଇ ବିଚାର ବମର୍ଷ ଚାଲିଥିବା ସୂଚନା ଦିଆଯାଇଛି।

ଅପରପକ୍ଷେ ସାତକୋଶିଆ ଅଭୟାରଣ୍ୟକୁ ୧୨ରୁ ୧୪ ମହାବଳ ଆସିବେ। ଏନ୍‌ଟିସିଏର ଟାଇଗର ରିକଭରି ପ୍ଲାନ୍‌ ଅନୁୟାୟୀ ଏହାକୁ ୫ବର୍ଷ ଭିତରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦିଆଯାଇଛି। ୨୦୦୭ରେ ସାତକୋଶିଆରେ ୧୩ରୁ ୧୫ ବାଘ ଥିବାବେଳେ ଏବେ ଏହା ବାଘ ଶୂନ୍ୟ ହୋଇଯାଇଛି। ତେଣୁ ଟାଇଗର ରିକଭରି ପ୍ଲାନ ଅନୁଯାୟୀ ବାଘ ଆଣିବାକୁ ଯୋଜନା ଅଛି ପିସିସିଏଫ ସୂଚନା ଦେଇଛନ୍ତି। ତେବେ ଏହି ଯୋଜନା କେବଳ ସ୍ଥାନୀୟ ଲୋକଙ୍କ ସହାୟତାରେ ହିଁ ସଫଳ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri