ମାସକରେ ୧୪ ଗାଡ଼ି ଚୋରି, ବାଦ୍‌ପଡ଼ିନି ପୋଲିସ ଗାଡ଼ି

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସହରରେ ଏବେ ଘୂରି ବୁଲୁଛନ୍ତି ସକ୍ରିୟ ଗାଡ଼ି ଚୋର ଗ୍ୟାଙ୍ଗ। ଗତ ଏକ ମାସ ମଧ୍ୟରେ ଉକ୍ତ ଗ୍ୟାଙ୍ଗ ବ୍ରହ୍ମପୁର ସହରରୁ ପ୍ରାୟ ୧୪ ଗାଡ଼ି ଚୋରି କରିଥିବା ନେଇ ବିଭିନ୍ନ ଥାନାରେ ଅଭିଯୋଗ ହୋଇଛି। ଏପରିି କି ଏହି ଚୋରା ଗ୍ୟାଙ୍ଗଠାରୁ ବାଦ୍‌ ପଡ଼ିନାହାନ୍ତି ପୋଲିସ କନଷ୍ଟେବଳ। ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଆଙ୍କୁଲି ଲକ୍ଷ୍ମୀନାରାୟଣ ନଗରରେ ରହୁଥିବା ବେଳେ ଗତ ମାସରେ ତାଙ୍କ ସ୍କୁଟି ଚୋରି ହୋଇଥିବା ନେଇ ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ଏଭଳି ଭାବେ ବୈଦ୍ୟନାଥପୁର ଥାନାରେ ଗତ ମାସରେ ମୋଟ ୧୧ ଗାଡ଼ି ଚୋରି ମାମଲା ଥିବା ବେଳେ ସେଥିମଧ୍ୟରେ ୩ଟି ଗାଡ଼ି ଏମକେସିଜି ମେଡିକାଲ ପରିସରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ସେହିପରି ବଡ଼ ବଜାର ଥାନାରେ ଗୋଟିଏ ମାମଲା ଥିବା ବେଳେ ଏହି ମାମଲାରେ କାହାକୁ ପୋଲିସ ଗିରଫ କରିପାରିନାହିଁ। ସେହିପରି ଗୋଷଣୀନୂଆଗଁା ଥାନା ଅଞ୍ଚଳରେ ୨ଟି ଗାଡ଼ି ଚୋରି ହୋଇଥିବା ବେଳେ ପୋଲିସ ଏବେ ସୁଦ୍ଧା ଏହାକୁ ଠାବ କରିପାରି ନାହିଁ। ଉପରୋକ୍ତ ୩ ଟି ଥାନା ମଧ୍ୟରୁ ବୈଦ୍ୟନାଥପୁର ଥାନାରେ ସର୍ବାଧିକ ୧୧ ମାମଲା ଥିବା ଦେଖିବାକୁ ମିଳିଛି। ଉକ୍ତ ଗାଡିକୁ ଚୋରି କରି ଚୋରମାନେ ମାତ୍ର ୧୫ରୁ ୨୦ ହଜାର ମଧ୍ୟରେ ଗଜପତି ଜିଲାକୁ ନେଇ ବିକ୍ରି କରନ୍ତି। ଏହି ଗାଡ଼ି ଦ୍ୱାରା ଚୋରା ମଦ ଓ ଗଞ୍ଜେଇ ଚାଲାଣ ହେଉଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri