ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ ଗୁରୁବାର ଏକ ବଡ଼ ଧରଣର ଯାନବାହନ ବିଭ୍ରାଟ ଦେଖାଦେଇଛି। ଏକ ୧୪ ଚକିଆ ଭାରିଯାନ ଘାଟି ମଝିରେ ଫସିଯିବା ଫଳରେ ଦୀର୍ଘ ୫ ଘଣ୍ଟା ଧରି ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, ଉକ୍ତ ଗାଡ଼ି ଚାଳକ ଜଣକ ଗୁଗଲ୍ ମ୍ୟାପ୍ (Google Map) ସାହାଯ୍ୟରେ କାଶୀପୁର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଗମ ଘାଟି ରାସ୍ତା ମଧ୍ୟକୁ ପ୍ରବେଶ କରିଥିଲେ। ମାତ୍ର ଘାଟିର ଅତ୍ୟଧିକ ସଂକୀର୍ଣ୍ଣ ମୋଡ଼ରେ ଏହି ୧୪ ଚକିଆ ବିଶିଷ୍ଟ ବଡ଼ ଟ୍ରକ୍‌ଟି ଫସିଯାଇଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ମୋଟର ଅଟକି ରହି ଯାତ୍ରୀମାନେ ଅକଥନୀୟ ହଇରାଣ ହୋଇଥିଲେ।

ସକାଳୁ ଫସି ରହିଥିବା ଗାଡ଼ିଟିକୁ ଶେଷରେ ଏକ ଜେସିବି (JCB) ସାହାଯ୍ୟରେ ବହୁ କଷ୍ଟରେ ମଧ୍ୟାହ୍ନ ପ୍ରାୟ ୨ଟା ସମୟରେ ରାସ୍ତାରୁ କଡ଼ା ଯାଇଥିଲା। ଏହାପରେ ଯାତାୟତ ସ୍ୱାଭାବିକ ହୋଇଥିଲେ ହେଁ ଘଣ୍ଟା ଘଣ୍ଟା ଧରି ଯାତ୍ରୀମାନେ ଘାଟି ମଝିରେ ଅଟକି ରହିଥିବା ଦେଖିବାକୁ ମିଳିଥିଲା।

ସିଙ୍ଗାରି ଘାଟି ରାସ୍ତା ନିଜର ବିପଦଜନକ ବାଙ୍କ ପାଇଁ ପୂର୍ବରୁ ଚର୍ଚ୍ଚାରେ ରହିଛି। ଏଭଳି ସ୍ଥିତିରେ ବଡ଼ ଭାରିଯାନଗୁଡ଼ିକ ଏହି ରାସ୍ତାକୁ ଆସି ଫସିଯିବା ଦ୍ୱାରା ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କଲମପୁର ଓ ଥୁଆମୂଳ ରାମପୁର ଉଭୟ ପାର୍ଶ୍ୱର ପ୍ରବେଶ ପଥରେ ରେଳୱେ ଲେଭଲ୍ କ୍ରସିଂ ଭଳି ‘ହାଇଟ୍ ବ୍ୟାରିଅର୍’ ବା ସୁରକ୍ଷା ଗେଟ୍ ଲଗାଇବାକୁ ସାଧାରଣରେ ଦୃଢ଼ ଦାବି ହୋଇଛି। ପ୍ରଶାସନ ଓ ବିଭାଗୀୟ ଅଧିକାରୀମାନେ ଏଥିପ୍ରତି ଉଦାସୀନ ରହିଥିବା ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏହି ସମସ୍ୟାର ସ୍ଥାୟୀ ସମାଧାନ ନହେଲେ ଆଗକୁ ଜନ ଆନ୍ଦୋଳନର ଚେତାବନୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri