ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ

ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ ରାଜ୍ୟରେ ଚର୍ଚ୍ଚାର ଶିରୋନାମା ପାଲଟିଥିଲା। ଘଟଣାର ପ୍ରାୟ ୧୫ଦିନରେ ମୃତକ ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ତେବେ ଏହି ରିପୋର୍ଟରେ ଯାହା ଉଲ୍ଲେଖ ରହିଛି ତାହା ସମସ୍ତଙ୍କୁ ଚକିତ କରିଦେଇଛି। ଏହି ରିପୋର୍ଟ ଅନୁଯାୟୀ ରମେଶଙ୍କ ଶରୀରରେ ୧୬ଟି କ୍ଷତ ଚିହ୍ନ ରହିଥିଲା। ଏହି କ୍ଷତ ଚିହ୍ନଗୁଡ଼ିକ କୌଣସି ଲାଠିର ମାଡ଼ ଓ ଆଘାତ ଯୋଗୁ ସୃଷ୍ଟି ହୋଇପାରେ ବୋଲି ଅନୁମାନ କରାଯାଉଛି। ରମେଶଙ୍କ ମସ୍ତିଷ୍କରେ ୨୫୦ ମିଲିମିଟର ରକ୍ତ ଜମାଟ ବାନ୍ଧିଥିଲା। ମୁଣ୍ଡରେ ଶକ୍ତ ଆଘାତ ଯୋଗୁ ରମେଶଙ୍କ ମୃତ୍ୟୁ ହୋଇଛି। ଏ ସମ୍ପର୍କିତ ରିପୋର୍ଟ ପୋଲିସକୁ ଦିଆଯାଇଥିବା ବେଳେ ଏନେଇ ପୋଲିସ ପକ୍ଷରୁ କୌଣସି ପ୍ରକାର ପ୍ରତିକ୍ରିୟା ମିଳିପାରି ନାହିଁ। ସୂଚନାଯୋଗ୍ୟ, ପୋଲିସ ମାଡରେ କେ. ରମେଶଙ୍କ ମୃତ୍ୟୁ ଅଭିଯୋଗକୁ ତତ୍କାଳୀନ ପୁରୀ ଏସ୍‌ପି ଅଖିଳେଶ୍ୱର ସିଂ ଖଣ୍ଡନ କରିଛନ୍ତି। ସେ କହିଥିଲେ ଯେ, ରମେଶ ଜଣେ ହାର୍ଡକୋର କ୍ରିମିନାଲ ଥିଲେ। ସେ ମାରଣାସ୍ତ୍ର ଧରି ବୁଲୁଥିବାର ଖବର ପାଇ ତାଙ୍କୁ କାବୁ କରିବାକୁ ଯିବା ବେଳେ ପୋଲିସ ସହ ସେ ଧସ୍ତାଧସ୍ତି ହୋଇଥିଲା। ଏହାପରେ ସେ ପଡ଼ିଯାଇ ଆହତ ହୋଇଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନା ନେବା ସମୟରେ ତାଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷେ ଏହି ଘଟଣାରେ ବାସେଳିସାହି ଥାନାରୁ ନିଲମ୍ବିତ ହୋଇଥିବା ଦୁଇଜଣ ଅଧିକାରୀଙ୍କୁ ବାରମ୍ବାର ଜେରା କରାଯାଇ ଘଟଣା ସମ୍ପର୍କରେ ତଥ୍ୟ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri