Posted inଖେଳ

ମାତ୍ର ୩ ମ୍ୟାଚ୍‌ରେ ୨ ତ୍ରିଶତକ, ଗୋଟିଏ ଶତକ ମାରି ଇତିହାସ ରଚିଲେ ୧୪ ବର୍ଷୀୟ ବାଳକ

ରାୟପୁର,୧୫।୧୨:୧୪ ବର୍ଷୀୟ ୟଶ କୁମାର ୱାର୍ଦ୍ଧା ତାଙ୍କ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଛତିଶଗଡ ରାଜ୍ୟ କ୍ରିକେଟ ଆସୋସିଏସନ (ସିଏସ୍‌ସିଏସ୍‌) ଦ୍ୱାରା ଆୟୋଜିତ ଇଣ୍ଟର ଡିଷ୍ଟ୍ରିକ୍ଟ ପ୍ଲେଟ ଗ୍ରୁପ ଅଣ୍ଡର -୧୬ ଟୁର୍ନାମେଣ୍ଟରେ ସେ ଚମତ୍କାର ପ୍ରଦର୍ଶନ କରିଥିଲେ ଏବଂ ପ୍ରଥମ ଦୁଇଟି ମ୍ୟାଚରେ ୨ ତ୍ରିଶତକ ଶତକ ହାସଲ କରିଥିଲେ। ନକ୍ସଲ ଅଞ୍ଚଳ ନାରାୟଣପୁରରୁ ଖେଳୁଥିବା ଯଶ କୁମାର କେବଳ ଏତିକିରେ ଅଟକି ନ ଥିଲେ। ସେ ତୃତୀୟ ମ୍ୟାଚ୍‌ରେ ୧୭୫ ରନ୍‌ର ଅପରାଜିତ ଇନିଂସ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଲଗାତାର ତିନିଟି ମ୍ୟାଚରେ ଏହି ସଫଳତା ହାସଲ କରିବା କୌଣସି ଖେଳାଳିଙ୍କ ପାଇଁ ସହଜ ନୁହେଁ। ସୁରଗୁଜା ବିପକ୍ଷ ତୃତୀୟ ମ୍ୟାଚ୍‌ରେ ଶତକ ହାସଲ କରିବା ପରେ ସେ ଚମତ୍କାର ବୋଲିଂ କରି ୩ଟି ଉଇକେଟ ନେଇଥିଲେ। ଯଶ କୁମାର ୯ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୩ ବର୍ଷ ପୂର୍ବେ ଛତିଶଗଡ କ୍ରିକେଟ ଆସୋସିଏସନ ଦ୍ୱାରା ଆୟୋଜିତ ଅଣ୍ଡର -୧୪ ଟୁର୍ନାମେଣ୍ଟ ପାଇଁ ତାଙ୍କୁ ଦଳରେ ଅନ୍ତର୍ଭୁକ୍ତ କରାଯାଇଥିଲା। ସେତେବେଳେ ତାଙ୍କୁ ମାତ୍ର ୧୧ ବର୍ଷ ହୋଇଥିଲା। ଏଥିରୁ ତାଙ୍କର ପ୍ରତିଭା ବୁଝାପଡେ।
ଯଶ ଛତିଶଗଡର ନାରାୟଣପୁରର ନକ୍ସଲ ପ୍ରଭାବିତ ଜିଲାରେ ଅଧ୍ୟୟନ କରୁଛନ୍ତି। ପିତା ରାମ ସିଂ ୱାର୍ଦ୍ଧ ଗ୍ରାମ ପଞ୍ଚାୟତ ସଚିବ, ମାତା ଜଣେ ଗୃହିଣୀ। ୟଶଙ୍କ ଖେଳକୁ ଆଗକୁ ନେବା ପାଇଁ ମା’ ଏବଂ ପିତାଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ଥିଲା। ଓପନିଂ ବ୍ୟାଟ୍ସମ୍ୟାନ ସହ ୟଶ ମଧ୍ୟ ଏକ ଲେଗ ସ୍ପିନର। ଘର ଏବଂ କ୍ରିକେଟ ଆସୋସିଏସନ ସାହାଯ୍ୟରେ ସେ ଏଠାରେ ପହଞ୍ଚିଛନ୍ତି ବୋଲି ୟଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri