୧୪ ବର୍ଷ ହେଲା ପାଇପ୍‌ ପାଣିରୁ ବଞ୍ଚିତ ୩ ଗାଁ

ବୋଲଗଡ଼,୧୭।୫(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରି ନଳକୂପ ଖନନ ଏବଂ ବିଶୁଦ୍ଧ ପାନୀୟ ଜଳଯୋଗାଣ ପ୍ରକଳ୍ପ ମାଧ୍ୟମରେ ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ଏହି ସୁବିଧା ଉପଲବ୍ଧ କରାଇଥା’ନ୍ତି। ତେବେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇଦେଶ ପଞ୍ଚାୟତ ଅଞ୍ଚଳରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହି ପଞ୍ଚାୟତର କନ୍ତାଇଲୋ, ଦୁର୍ଗାପୁର ଏବଂ ହରେକୃଷ୍ଣପୁର ଗ୍ରାମବାସୀ ୧୪ବର୍ଷ ହେବ ପାଇପ୍‌ ପାଣି ପାଇବାରୁ ବଞ୍ଚିତ ହୋଇଛନ୍ତି। ଫଳରେ ପିଇବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ଉକ୍ତ ଗ୍ରାମଗୁଡ଼ିକୁ ପାଇପ୍‌ ଯୋଗେ ପୁନଃ ପାନୀୟଜଳ ଯୋଗାଣ କରାଯିବାକୁ ଗ୍ରାମବାସୀ ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି।
ବ୍ଲକ ଅନ୍ତର୍ଗତ ବଡ଼କୁମାରୀ ପଞ୍ଚାୟତର ମାଣିକପୁରଠାରେ ୨୦୦୮ରେ ଏହି ପ୍ରକଳ୍ପ ନିର୍ମାଣ ହୋଇଥିଲା। ଉକ୍ତ ପ୍ରକଳ୍ପରୁ ଉପରୋକ୍ତ ୩ ଗଁା ସମେତ ମାଣିକପୁରକୁ ପାନୀୟଜଳ ଯୋଗାଣ ହୋଇଥିଲା। ପ୍ରାୟ ୬ମାସ ପରେ କୌଣସି ଠାରେ ପାଇପ୍‌ ଫାଟିଯିବାରୁ ଉକ୍ତ ୩ ଗ୍ରାମକୁ ଜଳଯୋଗାଣ ବ୍ୟାହତ ହୋଇଥିଲା। ତେବେ ଏହି ପ୍ରକଳ୍ପରୁ ମାଣିକପୁର ଗ୍ରାମକୁ ଜଳଯୋଗାଣ ହେଉଥିଲେ ମଧ୍ୟ କନ୍ତାଇଲୋ, ଦୁର୍ଗାପୁର ଓ ହରେକୃଷ୍ଣପୁର ଗ୍ରାମକୁ ଅଦ୍ୟାବଧି ଜଳଯୋଗାଣ ବ୍ୟାହତ ହୋଇ ରହିଛି। ଫଳରେ ଉକ୍ତ ୩ ଗ୍ରାମର ଲୋକେ ପିଇବା ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ କନ୍ତାଇଲୋ ଗ୍ରାମର ମଠ ସାହିରେ ଥିବା ଏକ ନଳକୂପ ଲୋକଙ୍କ ଚାହିଦା ମେଣ୍ଟାଇ ପାରୁନାହିଁ। ବିଶେଷକରି ଖରାଦିନେ ଏହି ସାହିର ଲୋକେ ଅନ୍ୟ ସାହିର ନଳକୂପ ଉପରେ ନିର୍ଭର କରୁଛନ୍ତି। କେତେଜଣ ଖୋଲାକୂଅରୁ ପାନୀୟଜଳ ସଂଗ୍ରହ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ଏହି ସାହିର ଦୋଳମଣ୍ଡପଠାରେ ରହିଛି ଗୋଟିଏ ନଳକୂପ। ତେବେ ଏହି ନଳକୂପରୁ ପାଣି ଠିକ୍‌ଭାବେ ବାହାରୁ ନାହଁି। ଯାହା ବି ପାଣି ବାହାରୁଛି ତାହା ଲୌହଗୁଣ୍ଡଯୁକ୍ତ ହୋଇଥିବାରୁ ଲୋକେ ପାଣି ପିଇବା ପାଇଁ ହଇରାଣ ହେଉଛନ୍ତି। ସେହିପରି ସାହିର ଦକ୍ଷିଣ ପାର୍ଶ୍ୱରେ ଥିବା କନ୍ତାଇଲୋ ଗ୍ରାମ ସାନମଠଠାରେ ଥିବା ନଳକୂପଟି ପ୍ରାୟ ୩୦ବର୍ଷ ତଳର ହୋଇଥିବାବେଳେ ଏଠାରେ ବାହାରୁଥିବା ଜଳ ପାନୀୟ ଉପଯୋଗୀ ନୁହେଁ। ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଆସୁଥିଲେ ମଧ୍ୟ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ପୁନଃ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ତୁରନ୍ତ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏନେଇ ବୋଲଗଡ଼ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ସହକାରୀ ଯନ୍ତ୍ରୀ ସୁନିଲ ପାଢ଼ୀ କହିଛନ୍ତି, ସମ୍ପୃକ୍ତ ଅଞ୍ଚଳରେ ଭୂତଳ ଜଳସ୍ତର ପର୍ଯ୍ୟାପ୍ତ ନ ଥିବାରୁ ଏପରି ହୋଇଛି। ନଳକୂପ ଜଳର ନମୁନା ପରୀକ୍ଷଣ ପଠାଯାଇଛି। ଖୁବ୍‌ଶୀଘ୍ର ମହାନଦୀରୁ ମେଗା ପାନୀୟଜଳ ପ୍ରକଳ୍ପ ମାଧ୍ୟମରେ ଜଳଯୋଗାଣ କରାଯିିବ, ଫଳରେ ଅଞ୍ଚଳର ପାନୀୟଜଳ ସମସ୍ୟା ଦୂରୀଭୂତ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri