ବଳାତ୍କାରୀଙ୍କୁ ୧୪ବର୍ଷ ଜେଲ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୂଆମୂଳ ରାମପୁର ଥାନା ଅଞ୍ଚଳରେ ୨୦୧୬ରେ ଜଣେ ନାବାଳିକା ସ୍କୁଲ ଛାତ୍ରୀ ବଳାତ୍କାର ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ଜିଲା ସ୍ବତନ୍ତ୍ର ବିଚାରପତି (ପୋକ୍‌ସୋ) ଶୁଭଞ୍ଜନ ମହାନ୍ତି ମାମଲାର ୧୭ଜଣ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଥୁଆମୂଳ ରାମପୁର ଥାନା ସିରିମସ୍କା (ବଳଭଦ୍ର କଲୋନୀ) ଗ୍ରାମର ସୁବାଷ ନାଏକ(୨୯)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହିସହ ୬୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ୭ମାସ ଅଧିକ ଜେଲଦଣ୍ଡାଦେଶ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି।

ଅନ୍ୟପକ୍ଷରେ, ପୀଡିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ନାବାଳିକା ଛାତ୍ରୀ ଜଣକ ସ୍କୁଲକୁ ଯାଇ ଘରକୁ ଫେରି ନ ଥିଲେ। ଅଭିଯୁକ୍ତ ବାଇକରେ ପୀଡିତାଙ୍କୁ ଜବରଦସ୍ତ ବସାଇ ନିକଟିସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ପରେ ପରିବାର ଲୋକେ ପୀଡିତାଙ୍କୁ ଉଦ୍ଧାର କରିଥିଲେ। ଏହାକୁ ନେଇ ଗତ ୨୦।୧୧।୨୦୧୬ରେ ପୀଡିତାଙ୍କ ବାପା ଥୁଆମୂଳ ରାମପୁର ଥାନାରେ ଅଭିଯୋଗ କରିଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ ରୋହିତ କୁମାର ମିଶ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri