Posted inଜାତୀୟ

‘୧୪୦ କୋଟି ଭାରତୀୟ ମୋ’ ଶକ୍ତି’

ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡ୍‌ମ୍ୟାନଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ଏହି ପୋଡକାଷ୍ଟରେ, ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କ ଯାତ୍ରା ସମେତ ଅନେକ ବିଷୟ ଉପରେ ଆଲୋଚନା କରାଯାଇଥିଲା। ଲେକ୍ସ ଫ୍ରିଡ୍‌ମ୍ୟାନ୍‌ଙ୍କ ସହ ପୋଡକାଷ୍ଟରେ ମୋଦି କହିଛନ୍ତି, ‘ଯେତେବେଳେ ଆମେ ଶାନ୍ତି ବିଷୟରେ କଥା ହେଉ, ବିଶ୍ୱ ଆମ କଥା ଶୁଣେ, କାରଣ ଭାରତ ଗୌତମ ବୁଦ୍ଧ ଏବଂ ମହାତ୍ମା ଗାନ୍ଧୀଙ୍କ ଭୂମି’।

ପ୍ରଧାନମନ୍ତ୍ରୀ ଆଲୋଚନାରେ ଭାରତର ସଂସ୍କୃତି, ଶାନ୍ତି ଏବଂ ବିଶ୍ୱ କୂଟନୀତି ଉପରେ ଗୁରୁତ୍ୱାରୋପ କରି କହିଥିଲେ, ଯେତେବେଳେ ମୁଁ ବିଶ୍ୱ ନେତାମାନଙ୍କ ସହ ହାତ ମିଳାଏ, ସେତେବେଳେ ମୋଦି ନୁହେଁ ବରଂ ୧.୪ ବିଲିୟନ ଭାରତୀୟ ଏପରି କରନ୍ତି। ମୋର ଶକ୍ତି ମୋ’ ନାମରେ ନୁହେଁ ବରଂ ଭାରତର କାଳଜୟୀ ସଂସ୍କୃତି ଏବଂ ଐତିହ୍ୟରେ ଅଛି।’ ୧୪୦ କୋଟି ଭାରତୀୟ ମୋ’ ଶକ୍ତି।

୩ ଘଣ୍ଟା ଧରି ଏହି ସାକ୍ଷାତକାର ଚାଲିଥିଲା। ଏହି ପୋଡକାଷ୍ଟରେ ମୋଦି ତାଙ୍କ ପିଲାଦିନର କଷ୍ଟ ମଧ୍ୟ ଶେୟାର କରିଛନ୍ତି। ସେ କହିଛନ୍ତି, ‘ଭଲ ଜୋତା ପିନ୍ଧିବାରେ ଅଭ୍ୟସ୍ତ ବ୍ୟକ୍ତି ଏହାର ଅଭାବ ବା ଅନୁପସ୍ଥିତି ଅନୁଭବ କରନ୍ତି। କିନ୍ତୁ ମୁଁ କେବେ ଜୋତା ପିନ୍ଧିନାହିଁ। ତେଣୁ ମୁଁ ତା’ର ଗୁରୁତ୍ୱ କ’ଣ ଜାଣି ବି ନ ଥିଲି। ଏହା ହିଁ ଥିଲା ମୋର ପିଲାଦିନ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri