Posted inଖେଳ

କୁମିତେ ସେମିନାରରେ ଭାଗନେଲେ ୧୪୦ କରାଟେକା

ଭୁବନେଶ୍ୱର, ୩।୭(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ କରାଟେ ଡୋ ସଂଘ ଆନୁକୂଲ୍ୟରେ ଉତ୍କଳ କରାଟେ ସ୍କୁଲ ପରିସରରେ ଜାତୀୟ ସ୍ତରୀୟ ଆଡ୍‌ଭାନ୍ସ କୁମିତେ ସେମିନାର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱ କରାଟେ ସଂଘର ଅନ୍ୟତମ ବୈଷୟିକ ସଦସ୍ୟ ହାନ୍‌ସି ଭରତ ଶର୍ମା ଏହି ସେମିନାରରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଓଡ଼ିଶା ଏବଂ ବାହାର ରାଜ୍ୟରୁ ୧୪୦ କରାଟେକା ଏହି ସେମିନାରରେ ଅଂଶଗ୍ରହଣ କରିଥିଲେ। ଓଡ଼ିଶା ପ୍ରତିଯୋଗୀମାନେ ଗତ ୪୦ ବର୍ଷ ଧରି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଫଳତା ପାଇ ଆସୁଛନ୍ତି। ସେମାନେ ଦକ୍ଷ ବୋଲି ପ୍ରମାଣିତ କରିଛନ୍ତି। ଉଚ୍ଚସ୍ତରୀୟ ପ୍ରଶିକ୍ଷଣ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ଏଥିପାଇଁ ରାଜ୍ୟ କରାଟେ ସଂଘର ମୁଖ୍ୟ ହରିପ୍ରସାଦ ପଟ୍ଟନାୟକ ପ୍ରଶଂସାର ହକ୍‌ଦାର ବୋଲି ଭରତ ପ୍ରକାଶ କରିଥିଲେ। ରବିବାର ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ କରାଟେ ସଂଘର ପ୍ରତିଷ୍ଠାତା ସଞ୍ଜୟ କୁମାର ଦାସ, ସନତ ନାୟକ ଓ କାଳି ପ୍ରସାଦ ନନ୍ଦଙ୍କୁ ୨ୟ ଡାନ୍‌ ବ୍ଲାକ୍‌ବେଲ୍ଟ ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ୪୨ ଜଣଙ୍କୁ କରାଟେ ଇଣ୍ଡିଆ ଅର୍ଗାନାଇଜେଶନ ପକ୍ଷରୁ ବିଭିନ୍ନ ଡାନ୍‌ ବେଲ୍ଟ ଦିଆଯାଇଥିଲା। ଏହି ସେମିନାରରେ ରାଜ୍ୟ କରାଟେ ସଂଘର ସମ୍ପାଦକ ଗୌରୀ ମହାନ୍ତି, ଖାରବେଳ ମଲିକ, ଜୟଦେବ ପଟ୍ଟନାୟକ, ରାଜୀବ ସିଂ, ଦୀପକ ସାମନ୍ତରାୟ, ସନକ ଦେଓ, ଭାଲେନା ଭାଲେଣ୍ଟିନା ଆଦି ସେନ୍‌ସେଇମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri