ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଦେବଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ଅନୁଗୋଳ ଓ କୋରାପୁଟ ଜିଲାରେ ଲୋକଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ଲାଗି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଓଏମ୍‌ବିଏଡିସି ପକ୍ଷରୁ ବିଭିନ୍ନ ପ୍ରକଳ୍ପ ପାଇଁ ୧୩,୮୧୬.୯୮ କୋଟି ଟଙ୍କା ମଞ୍ଜୁର ହୋଇଛି। ସେଥିରୁ ୧୭୮୯.୪୪ କୋଟି ଟଙ୍କା କାର୍ଯ୍ୟନିର୍ବାହୀ ସଂସ୍ଥା ଖର୍ଚ୍ଚ କରିଛନ୍ତି। ବଳକା ଅର୍ଥ ଆଗାମୀ ବର୍ଷରେ ଖର୍ଚ୍ଚ କରାଯିବ। ଏହାଛଡା ବିଭିନ୍ନ କ୍ଷେତ୍ର ପାଇଁ ୨୨୫.୬୫ କୋଟି ଟଙ୍କାର ପ୍ରକଳ୍ପ ଓଏମ୍‌ବିଏଡିସିର ପରିଚାଳନା ମଣ୍ଡଳୀ ଦ୍ୱାରା ଅନୁମୋଦିତ ହୋଇଛି। ସମ୍ପୃକ୍ତ ପ୍ରକଳ୍ପଗୁଡ଼ିକର ଡିପିଆର ହସ୍ତଗତ ହେଲେ ସେଗୁଡିକ ଆଗାମୀ ବର୍ଷରେ କାର୍ଯ୍ୟକାରୀ କରାଯିବ। ବିଧାୟକ ନବ ଚରଣ ମାଝିଙ୍କ ପ୍ରଶ୍ନ ନଂ. ୫୭୩ର ଉତ୍ତରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ବିଧାନସଭା ପ୍ରଶ୍ନକାଳରେ ଏହା କହିଛନ୍ତି। ମୂଳ ପ୍ରଶ୍ନକର୍ତ୍ତା ପୁଣି ପଚାରିଲେ, ୯ଟି ଖଣିଜ ସମ୍ପଦଭରା ଅଞ୍ଚଳର ଲୋକମାନେ କାମଧନ୍ଦା ନ ପାଇ ଦାଦନ ଖଟିବାକୁ ଯାଉଛନ୍ତି। ଓଏମ୍‌ବିଏଡିସି ଏହି ସବୁ ଜିଲାରେ କେତେ ଅର୍ଥ ଖର୍ଚ୍ଚ କରିଛି। ମନ୍ତ୍ରୀ କହିଲେ, ୮ଟି ଜିଲାରୁ ୧୬ ହଜାର କୋଟି ଆଦାୟ ହୋଇଛି। ସେଥିରୁ ୩ ହଜାର କୋଟି ଖର୍ଚ୍ଚ ହୋଇଛି। ୨୦୧୪ରେ ଓଏମ୍‌ବିଏଡିସି ଗଠନ ହୋଇଥିଲା। ଜଷ୍ଟିସ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହା ସୁଚାରୁରୂପେ କାର୍ଯ୍ୟ କରୁଛି। ବିଧାୟକ ରମେଶ ଚନ୍ଦ୍ର ସାଏ, ମୋହନ ମାଝି ଅତିରିକ୍ତ ପ୍ରଶ୍ନ ପଚାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri