ସୁନକଙ୍କୁ ୧୪୨ ସାଂସଦଙ୍କ ସମର୍ଥନ…

ଲଣ୍ଡନ,୨୪।୧୦ : ବ୍ରିଟେନର ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ସୋମବାର ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଏପର୍ଯ୍ୟନ୍ତ ତାଙ୍କ ପ୍ରତି ୧୪୨ ଜଣ ସାଂସଦଙ୍କ ସମର୍ଥନ ଥିବା ଦାବି କରିଥିବା ସୁନକ ପ୍ରଧାନମନ୍ତ୍ରୀ ଦୌଡ଼ରେ ଆଗରେ ଅଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ପୂର୍ବତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନାମ ପ୍ରତ୍ୟାହାର ପରେ ସୁନକଙ୍କ ପ୍ରଧାନମନ୍ତ୍ରୀ ହେବାର ଆଶା ଉଜ୍ୱଳ ହୋଇଛି। ତେବେ ପ୍ରଧାନମନ୍ତ୍ରୀ ହେବା ନେଇ ଏକ ର୍ନିଣ୍ଣାୟକ ନିଷ୍ପତ୍ତି ପାଇଁ ସୁନକଙ୍କୁ ସୋମବାର ଅପରାହ୍ନ ୨ ଟା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ।

ଏହାର କାରଣ ହେଉଛନ୍ତି କଞ୍ଜରଭେଟିବ୍‌ ପାର୍ଟିର ସାଂସଦ ପେନି ମର୍ଡଣ୍ଟ। ଯଦି ସୁନିକଙ୍କୁ ଚ୍ୟାଲେଞ୍ଜ କରୁଥିବା ମର୍ଡଣ୍ଟ ସୋମବାର ଅପରାହ୍ନ ସୁଦ୍ଧା ନିଜ ସମର୍ଥନରେ ୧୦୦ ଜଣ ସାଂସଦଙ୍କ ସମର୍ଥନ ହାସଲ କରିପାରିବେ ନାହିଁ, ତେବେ ସୁନକ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ ହୋଇଯିବ। ମର୍ଡଣ୍ଟଙ୍କ ସମର୍ଥନରେ ଏପର୍ଯ୍ୟନ୍ତ ୨୯ ଜଣ ସାଂସଦଙ୍କ ସହ ଅଛନ୍ତି ବୋଲି ସେ ଦାବି କରୁଛନ୍ତି। ଏଭଳି ପରିସ୍ଥିତିରେ ଅପରାହ୍ନ ୨ ଟା ସୁଦ୍ଧା ୧୦୦ ସାଂସଦଙ୍କ ସମର୍ଥନ ପାଇବା ତାଙ୍କ ପାଇଁ କଷ୍ଟସାଧ୍ୟ ହେବ ବୋଲି କୁହାଯାଉଛି। ସେହି ସମୟରେ ଯେତେବେଳେ ବର୍ତ୍ତମାନର ସରକାରରେ ଅର୍ଥମନ୍ତ୍ରୀ ଜେରେମି ହଣ୍ଟ ମଧ୍ୟ ସୁନକଙ୍କୁ ପ୍ରଧାନମନ୍ତ୍ରୀ ପଦବୀ ପାଇବାକୁ ହକଦାର ବୋଲି କହିଛନ୍ତି।

ଗତ ସପ୍ତାହରେ ଲିଜ ଟ୍ରସ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ କଞ୍ଜରଭେଟିବ୍‌ ପାର୍ଟି ପରବର୍ତ୍ତୀ ପ୍ରଧାନମନ୍ତ୍ରୀଙ୍କୁ ଯଥାଶୀଘ୍ର ବାଛିବା ପାଇଁ ନିୟମ ଘୋଷଣା କରିଥିଲେ। ଏହା ଅନ୍ତର୍ଗତ କୌଣସି ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ପଦ ଦୌଡ଼ରେ ରେ ରହିବା ପାଇଁ ଅତିକମରେ ୧୦୦ ସାଂସଦଙ୍କ ସମର୍ଥନ ଉପସ୍ଥାପନ କରିବାର ସର୍ତ୍ତ ରଖାଯାଇଥିଲା । ୩୫୭ ସାଂସଦଙ୍କ ସହ କଞ୍ଜରଭେଟିବ୍‌ ପାର୍ଟି ରେ ପ୍ରାୟ ତିନିଜଣ ସାଂସଦ ପ୍ରଧାନମନ୍ତ୍ରୀ ପଦବୀ ପାଇଁ ଦାବି କରିପାରିବେ।

ନିୟମ ଅନୁଯାୟୀ, ଶେଷ ରାଉଣ୍ଡରେ ଅବଶିଷ୍ଟ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ବିଜୟ ଅନଲାଇନ ଭୋଟ ମାଧ୍ୟମରେ ସ୍ଥିର ହେବ, ଯେଉଁଥିରେ୧୭୦,୦୦୦ କଞ୍ଜରଭେଟିବ୍‌ ପାର୍ଟି କର୍ମୀ ଭୋଟ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?