ବନ୍ୟାରେ ୧୪,୨୩୫ ଘର ନଷ୍ଟ, ୨୪ ଜିଲା ପ୍ରଭାବିତ

ଭୁବନେଶ୍ୱର,୮ା୯(ବ୍ୟୁରୋ): ଗତ ମାସ ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଏବଂ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ରାଜ୍ୟର ୨୪ ଜିଲା ପ୍ରଭାବିତ ହୋଇଛି। ୧,୨୬,୧୬୨ ହେକ୍ଟର ଚାଷଜମିର ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଫସଲ ହାନି ହୋଇଛି। ୧୪,୨୩୫ ବାସଗୃହ ନଷ୍ଟ ହୋଇଥିବା ବେଳେ ୧୨୩୬ ଗୁହାଳ, ୫୦୩୬ ହେକ୍ଟର ଚାଷଜମି ବାଲିଚର, ୧୧୨୫ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛଯାଅଁାଳ ଚାଷ କ୍ଷତିଗ୍ରସ୍ତ ହୋଇଛି ।

କ୍ଷତିଗ୍ରସ୍ତ ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବୌଦ୍ଧ, ନୟାଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଭଦ୍ରକ, ବାଲେଶ୍ୱର, ଯାଜପୁର, କେଉଁଝର, ମୟୂରଭଞ୍ଜ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ସୁନ୍ଦରଗଡ଼। ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲାପାଳମାନଙ୍କ କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଏବଂ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷିଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମାଛଯାଆଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସେହିପରି ଜଳବନ୍ଦୀରେ ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମଞ୍ଜୁର କରାଯାଇଛି।

ଇତିମଧ୍ୟରେ ଜଳସମ୍ପଦ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନଗର ଉନ୍ନୟନ ଏବଂ ଶକ୍ତି ବିଭାଗଠାରୁ ମିଳିଥିବା ରିପୋର୍ଟ ଅନୁଯାୟୀ ୧୨୬ କୋଟି ୬୨ ଲକ୍ଷ ୯୩ ହଜାର ଟଙ୍କାର ସାଧାରଣ ସମ୍ପତ୍ତି କ୍ଷୟକ୍ଷତି ହୋଇଛି। ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ ୫୨୭୭.୬୯ ଲକ୍ଷ ଟଙ୍କା ଆବଶ୍ୟକ କରୁଥିବାବେଳେ ପୂର୍ତ୍ତ ବିଭାଗ ୨୦୧୯.୪୪ ଲକ୍ଷ, ଗ୍ରାମ୍ୟ ଉନ୍ନୟନ ବିଭାଗ ୪୨୫୪.୭୦ ଲକ୍ଷ, ଗୃହ ଓ ନଗର ଉନ୍ନୟନ ବିଭାଗ ୬୦୭.୭୨ ଲକ୍ଷ ଓ ଶକ୍ତି ବିଭାଗ ୫୦୩.୩୮ ଲକ୍ଷ ଟଙ୍କା ଆବଶ୍ୟକ ବୋଲି ଜଣାଇଛନ୍ତି। ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗକୁ ୪୩୫୩.୯୨ ଲକ୍ଷ, ପୂର୍ତ୍ତ ବିଭାଗକୁ ୧୩୬୭.୨୫ ଲକ୍ଷ, ଗ୍ରାମ୍ୟ ଉନ୍ନୟନ ବିଭାଗକୁ ୨୪୧୪.୩୭ ଲକ୍ଷ, ଗୃହ ଓ ନଗର ଉନ୍ନୟନ ବିଭାଗକୁ ୮୨.୪୬ ଲକ୍ଷ ଓ ଶକ୍ତି ବିଭାଗକୁ ୪୯୭.୫୧ ଲକ୍ଷ ଟଙ୍କା ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଛି। ସର୍ବମୋଟ୍‌ ୮୭୧୫.୫୧ ଲକ୍ଷ ଟଙ୍କା ଉକ୍ତ ବିଭାଗଗୁଡ଼ିକୁ ସାଧାରଣ ସମ୍ପତ୍ତିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଲାଗି ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?