ବିଡିଏରେ ଯୋଡ଼ିହେବ ୧୪୩ ନୂଆ ଗାଁ 

ଭୁବନେଶ୍ୱର,୪।୪: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୦ତମ କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଆକଳନ ତଥା ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସଂଶୋଧିତ ବଜେଟ ଆକଳନ ଉପସ୍ଥାପିତ ହୋଇଥିଲା।
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ସମୁଦାୟ ୧,୫୩୬.୦୮ କୋଟିର ବଜେଟ ଅନୁମୋଦନ କରାଯାଇଛି। ବିଡିଏ ପକ୍ଷରୁ ସହରର ସମ୍ପ୍ରସାରଣ ଏବଂ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ସମୁଦାୟ ୧୪୩ଟି ନୂତନ ରାଜସ୍ବ ଗ୍ରାମକୁ ବିଡିଏ ସହିତ ସାମିଲ କରାଯିବା ନେଇ ଅନୁମୋଦନ ମିଳିଛି। ବର୍ତ୍ତମାନ ବିଡିଏ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ଖୋର୍ଦ୍ଧା ପୌର ପରିଷଦ, ଜଟଣୀ ପୌର ପରିଷଦ ଏବଂ ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଆଦି ୪ଟି ସହରାଞ୍ଚଳ ସହ ନିକଟବର୍ତ୍ତୀ ପଞ୍ଚାୟତ ଅଞ୍ଚଳଗୁଡିକ ତଦାରଖ କରୁଛି। ଏହି ସହର ସମ୍ପ୍ରସାରଣ ଯୋଜନାବଦ୍ଧ ବିକାଶକୁ ପ୍ରୋତ୍ସାହନ କରିବା, ଭିତ୍ତିଭୂମିର ଉନ୍ନତି ତଥା ଦ୍ରୁତ ସହରୀକରଣରେ ବାଧକ ସାଜୁଥିବା ସମସ୍ୟାର ସମାଧାନ କରିବ ବୋଲି ସୂଚନା ଦିଆଯାଇଛି।
୧୯୮୩ ମସିହାରେ ୧୧୬ଟି ରାଜସ୍ବ ଗ୍ରାମକୁ ନେଇ ବିଡିଏର ସହର ବିକାଶ ଚିନ୍ତାଧାରା ଆରମ୍ଭ ହୋଇଥିଲା। ୨୦୦୨, ୨୦୦୩ ଏବଂ ୨୦୧୧ରେ ଏହାର କଳେବରକୁ ସମ୍ପ୍ରସାରଣ କରାଯାଇଛି। ଏହି ନୂତନ ଯୋଜନାବଦ୍ଧ ସହର ସମ୍ପ୍ରସାରଣ ଯୋଜନା ସହର ସହ ଆଞ୍ଚଳିକ ସଂଯୋଗୀକରଣକୁ ଗୁରୁତ୍ୱ ଦେବା ସହ ଭିତ୍ତିଭୂମି ବିକାଶରେ ସହାୟକ ହେବ। ଏହି ନୂତନ ଗ୍ରାମଗୁଡ଼ିକ ମିଶିବା ପରେ ବିଡିଏ ଅଧିକାର କ୍ଷେତ୍ରରେ ଥିବା ମୋଟ୍‌ ଗ୍ରାମ ସଂଖ୍ୟା ୫୬୯ରୁ ବୃଦ୍ଧି ପାଇ ୭୧୨କୁ ପହଞ୍ଚିବ। କର୍ତ୍ତୃପକ୍ଷଙ୍କ ଅନୁମୋଦନ ପରେ ଏହି ପ୍ରସ୍ତାବ ଓ ଉନ୍ନୟନ କର୍ତ୍ତୃପକ୍ଷ, ୧୯୮୨ର ଧାରା-୩ ଅନୁଯାୟୀ ରାଜ୍ୟ ସରକାରଙ୍କ ନିକଟକୁ ବିଚାର ଓ ଅନୁମୋଦନ ପାଇଁ ପଠାଯିବ। ଏଥିସହ ବିଡିଏର ରାଜସ୍ବ ସୃଷ୍ଟି କରିବା ଲାଗି କର୍ତ୍ତୃପକ୍ଷ ଜମି ମୁଦ୍ରୀକରଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
ଏହି ଉଦ୍ୟମକୁ ସମର୍ଥନ କରିବା ପାଇଁ ଅନେକ ଜମିଖଣ୍ଡକୁ ନିଲାମ ପାଇଁ ଚିହ୍ନଟ କରାଯାଇଛି। ସେହିପରି ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଗୃହ ନିର୍ମାଣ ଓ ବାଣିଜି୍ୟକ ବିକାଶ ଯୋଜନାରେ ଚନ୍ଦ୍ରଶେଖରପୁର, ଖୋର୍ଦ୍ଧାର ଜଗସାରା ଓ ସାନପଲ୍ଲାରେ ଗୃହ ନର୍ମାଣ ପ୍ରକଳ୍ପ ଆରମ୍ଭ କରାଯିବ। ସେହିପରି ପଟିଆରେ ବାଣିଜି୍ୟକ ସ୍ଥାନର ବିକାଶ କରାଯିବ। ମାଷ୍ଟରକ୍ୟାଣ୍ଟିନ୍‌ରେ ଭୁବନେଶ୍ୱର ଟାଉନ ସେଣ୍ଟର (ବିଟିସି) ଏବଂ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)ର ବିକାଶକୁ ଅନୁମୋଦନ କରାଯାଇଛି।
ବିଡିଏ ସହର ମଧ୍ୟରେ ୨୪ଟି (ସମନ୍ବିତ ଉନ୍ନୟନ ଯୋଜନା) ସିଡିପି ରାସ୍ତା ବିକାଶ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହାର ପ୍ରସ୍ତାବ କର୍ତ୍ତୃପକ୍ଷ ବୈଠକରେ ଉପସ୍ଥାପନ ହୋଇଥିଲା। ଜୟଦେବ ବିହାରରୁ ଭାୟା ରଘୁନାଥପୁର ନନ୍ଦନକାନନ ପର୍ଯ୍ୟନ୍ତ ରାସ୍ତା, ନୂଆ ଭୁବନେଶ୍ୱର ରେଳଷ୍ଟେଶନକୁ ଯିବା ଆପ୍ରୋଚ୍‌ ରୋଡ୍‌, ଟିପି ସ୍କିମ-୮ ଦେଇ ଅତିକ୍ରମ କରୁଥିବା ନୂଆଗାଁ-କାଟେଣି ରୋଡ୍‌, ନ୍ୟୁ-ସିଟି ପାଇଁ ଚିହ୍ନଟ ହୋଇଥିବା ରାସ୍ତା ଏବଂ ଚନ୍ଦକା-ଖଣ୍ଡଗିରି ରାସ୍ତାରୁ ପିତାପଲ୍ଲୀ-ବାରଙ୍ଗ ରାସ୍ତା ଟିପି ଯୋଜନା ନଂ. ୮ ଏବଂ ନ୍ୟୁ-ସିଟି ପାଇଁ ନିର୍ଦ୍ଦିଷ୍ଟ ଅଞ୍ଚଳ ଦେଇ ମଧ୍ୟ ଗତି କରୁଥିବା ରାସ୍ତାଗୁଡ଼ିକ ରହିଛି।
ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ଗୃହ  ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ, ବିଡିଏ ଉପାଧ୍ୟକ୍ଷ ଡ. ଏନ୍‌. ଥିରୁମାଲା ନାୟକ, ଜଟଣୀ ପୌର ପରିଷଦ ଅଧ୍ୟକ୍ଷ ଅନନ୍ତ ବେହେରା, ଖୋର୍ଦ୍ଧା ପୌର ପରିଷଦ ଅଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri