ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ ଗଛ ଏ ପର୍ଯ୍ୟନ୍ତ ସଫା ହୋଇପାରିଛି। ଏହା ଦ୍ୱାରା ହରିଣମାନଙ୍କ ଚଳପ୍ରଚଳରେ ସମସ୍ୟା ସୃଷ୍ଟି ହେବାସହ ସେମାନଙ୍କ ପାଇଁ ନୂତନ ଚାରଣ ଭୂମି ସୃଷ୍ଟି କରିବାରେ ମଧ୍ୟ ବାଧା ସୃଷ୍ଟି ହୋଇଛି। ଏହାଛଡ଼ା ପଡ଼ି ରହିଥିବା ଗଛ ଓ ଡାଳଗୁଡ଼ିକରେ ଆସନ୍ତା ଗ୍ରୀଷ୍ମ ଋତୁରେ ନିଆଁ ଲାଗିଯିବାର ଆଶଙ୍କା ରହିଛି। ତେଣୁ ଉପୁଡ଼ି ପଡ଼ିଥିବା ଓ ଭାଙ୍ଗି ଯାଇଥିବା ଗଛଗୁଡ଼ିକର ଅପସାରଣ ନିମନ୍ତେ ପଦକ୍ଷେପ ନିଆଯିବ। ବାଲୁଖଣ୍ଡ ଅଭୟାରଣ୍ୟରେ ପଡ଼ି ରହିଥିବା ଭଙ୍ଗା ଗଛ ଡାଳ ଏବଂ ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକ ଅଭୟାରଣ୍ୟ ନିକଟସ୍ଥ ୨୮ଟି ସ୍ଥାନୀୟ ପରିବେଶ ବିକାଶ ସମିତିକୁ ସେମାନଙ୍କ ଦୈନନ୍ଦିନ ବ୍ୟବହାର ନିମନ୍ତେ ହସ୍ତାନ୍ତର କରାଯିବ। ବଳକା କାଠଗୁଡ଼ିକୁ ବିନା ମୂଲ୍ୟରେ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ସ୍ବର୍ଗଦ୍ୱାରକୁ ପ୍ରଦାନ କରାଯିବ। କାଠ କାଟିବା ଓ ପରିବହନ ବାବଦକୁ ଖର୍ଚ୍ଚ ମନ୍ଦିର ପ୍ରଶାସନକୁ ବହନ କରିବାକୁ ହେବ ବୋଲି ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକରେ ନିଷ୍ପତ୍ତି ହୋଇଛି।
ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟିର ଷଷ୍ଠ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଲୁଖଣ୍ଡ ଅଭୟାରଣ୍ୟ ବିଷୟ ସହ ନନ୍ଦନକାନନ ‘ରୋପ୍‌-ୱେ’ ନିର୍ମାଣ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ‘ରୋପ୍‌-ୱେ’ ପର୍ଯ୍ୟଟକମାନଙ୍କ ନିମନ୍ତେ ଏକ ପ୍ରମୁଖ ଆକର୍ଷଣ। କିନ୍ତୁ ଏହା ଅଚଳ ଅବସ୍ଥାରେ ରହିଛି। ପ୍ରସ୍ତାବିତ ୬୨୪ ମିଟର ଦୈର୍ଘ୍ୟ ବିଶିଷ୍ଟ ନୂତନ ‘ରୋପ୍‌-ୱେ’ ନିର୍ମାଣ ଲାଗି ନନ୍ଦନକାନନ ମଧ୍ୟରେ ଛୋଟ ଏବଂ ମଧ୍ୟମ ଧରଣର ପ୍ରାୟ ୩୬ଟି ବୃକ୍ଷ ଛେଦନ କରିବାର ଆବଶ୍ୟକତା ରହିଛି। ଏଥିଲାଗି ଆବଶ୍ୟକ ପ୍ରସ୍ତାବକୁ ବନ୍ୟପ୍ରାଣୀ ବୋର୍ଡ ଅନୁମୋଦନ କରିବା ପରେ ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ମନ୍ତ୍ରଣାଳୟକୁ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପ୍ରେରଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା।
ପ୍ରାରମ୍ଭରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ମୋନା ଶର୍ମା ବୈଠକର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକ କାର୍ଯ୍ୟସୂଚୀ ଅନୁସାରେ ବିଭିନ୍ନ ପ୍ରସଙ୍ଗ ଉପରେ ପ୍ରଧାନ ବନସଂରକ୍ଷକ (ବନ୍ୟପ୍ରାଣୀ) ଏବଂ ମୁଖ୍ୟ ବନ୍ୟ ତତ୍ତ୍ବାବଧାରକ ଡ. ହରିଶଙ୍କର ଉପାଧ୍ୟାୟ ସବିଶେଷ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହି ବୈଠକରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଡ. ସନ୍ଦୀପ ତ୍ରିପାଠୀ, ନନ୍ଦନକାନନର ନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରଧାନ ମୁଖ୍ୟ ବନସଂରକ୍ଷକ ଶଶି ପଲ୍‌ଙ୍କ ସମେତ ଜଙ୍ଗଲ ଓ ପରିବେଶ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ ଷ୍ଟାଣ୍ଡିଂ କମିଟିର ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ।


All Right Reserved By Dharitri.Com

ହାରିବା ପରେ ସଫଳତା

ଜୟପୁର, ୮।୩ (ଡି.ଏନ.ଏ ) ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ ା ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି ଜୀବନ ଯୁଦ୍ଧକୁ...

୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ...

ଦୁଇଭାଗ ହେବ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ...

ବିପଦରେ ବ୍ରିଟିଶ ଅମଳର ପୋଲ

ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ...

ଭାଟସାହିରେ ଚୋର ଧରିବା ପାଇଁ ବୁଲିଲା ଖଟ: ଗାଁକୁ ୩ ଥର ଯାଇ ଖଟବୁଲାଳିଙ୍କୁ ଧରିପାରିଲାନି ପୋଲିସ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଏସ୍‌ପିଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଦୂର ଭାଟସାହି ଗ୍ରାମରେ ଶୁକ୍ରବାର ଗ୍ରାମବାସୀ ଚୋର ଧରିବା ପାଇଁ ଖଟ ବୁଲାଇଥିଲେ।...

ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ କରିବ ଏକ୍ସପର୍ଟ ଟିମ୍‌, ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ: ଡିସିପି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍‌ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା...

ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା

ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର...

ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍‌

ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ...

Leave a comment

Your email address will not be published. Required fields are marked *