Posted inଜାତୀୟ

ଗୋଆ ବିମାନବନ୍ଦରରେ ୧୪୪ ଧାରା

ପଣଜୀ,୪ା୫ : ବିମାନବନ୍ଦର ପ୍ରକଳ୍ପ ଲାଗି ଜମି ହରାଇଥିବା ଲୋକେ ରାସ୍ତା ଅବରୋଧ କରିବାକୁ ଆହ୍ବାନ ଦେଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଉତ୍ତର ଗୋଆ ଜିଲା ପ୍ରଶାସନ ମନୋହର ଅନ୍ତର୍ଜାତୀୟ ବିମାନବନ୍ଦର ଓ ଏହାର ଆଖପାଖ ଗାଁରେ ଦୁଇମାସ ପାଇଁ ୧୪୪ ଧାରା ଜାରି କରିଛି। ବେଆଇନ ସମାବେଶ ରୋକିବା ଲାଗି ଏଭଳି କଟକଣା ଲାଗୁ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୨ ଡିସେମ୍ବରରେ ଉକ୍ତ ବିମାନବନ୍ଦର ଉଦ୍‌ଘାଟନ କରିଥିଲେ। ତେବେ ଜମି ହରାଇଥିବା ଲୋକେ ସେମାନଙ୍କ ଦାବି ପୂରଣ ଲାଗି ‘ଟୁଗେଦର ଫର୍‌ ପେଡ୍‌ନେକର୍ସ’ ବ୍ୟାନରରେ ଆନ୍ଦୋଳନ ଚଳାଇଛନ୍ତି। ମୋପାରେ ଥିବା ବିମାନବନ୍ଦରକୁ ଟ୍ୟାକ୍ସି ସେବା ଲାଗି ସେମାନଙ୍କୁ ପ୍ରାଥମିକତା ଦେବା ଓ ସ୍ବତନ୍ତ୍ର କାଉଣ୍ଟର ଖୋଲିବା, ଓଲା ଏବଂ ଉବେର ଟ୍ୟାକ୍ସି ସେବାକୁ ଅନୁମତି ନ ଦେବା ପାଇଁ ସେମାନେ ଦାବି କରୁ୍‌ଛନ୍ତି। ସେମାନେ ନାଗଜାର ସ୍ପୋଟର୍‌ସ ଗ୍ରାଉଣ୍ଡରେ ଏକାଠି ହୋଇ ମନୋହର ଇଣ୍ଟରନ୍ୟାଶନାଲ ଏୟାରପୋର୍ଟକୁ ଥିବା ରାସ୍ତା ଅବରୋଧ କରିବା ସହ ଆଇନ ଶୃଙ୍ଖଳା ସ୍ଥିତି ସୃଷ୍ଟି କରିବା ଆଶଙ୍କା ଥିବାରୁ ପ୍ରଶାସନ ୧୪୪ ଧାରା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri