Posted inଜାତୀୟ

୧୧ ମାସରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଥାପି, ସୀମା ପାର୍‌ ଆତଙ୍କବାଦୀଙ୍କ ଅନୁପ୍ରବେଶ ଜାରି ରହିଛି। ଚଳିତ ବର୍ଷ ବିଭିନ୍ନ ଏନକାଉଣ୍ଟରରେ ଭାରତୀୟ ଯବାନଙ୍କ ଏନ୍‌କାଉଣ୍ଟରରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କଶ୍ମୀର ଆଇଜିପି ବିଜୟ କୁମାର ଏସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଗତ ବର୍ଷ ଏନକାଉଣ୍ଟରରେ ୨୦୭ ଆତଙ୍କବାଦୀ ନିହତ ହୋଇଥିଲେ।

ବୁଧବାର ଜାମ୍ମୁ କାଶ୍ମୀରର ଶ୍ରୀନଗରରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ’ରେଜିଷ୍ଟାନ୍ସ ଫ୍ରଣ୍ଟ’ର ଜଣେ ବରିଷ୍ଠ କମାଣ୍ଡରଙ୍କ ସମେତ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ରାମବାଗ ଅଞ୍ଚଳରେ ଏକ ଏନକାଉଣ୍ଟରରେ ତିନିଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ପ୍ରଦାନ କରାଯାଇଛି। ନିହତ ଆତଙ୍କବାଦୀଙ୍କ ପରିଚୟ ଏବଂ ସେମାନେ ସମ୍ପୃକ୍ତ ଥିବା ସଂଗଠନ ନେଇ ତନ୍ତତ ଜାରି ରହିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଟିଆରଏଫ କମାଣ୍ଡର ମେହେରାନ ୟାସିନ ଶାଲା ବୋଲି ଜଣାପଡିଛି।

ସିଆର୍‌ପିଏଫ୍‌ ଅଧିକାରୀଙ୍କ ଅନୁସାରେ ଚଳିତ ବର୍ଷ ଆତଙ୍କବାଦୀ ବିରୋଧୀ ଲଢ଼େଇରେ ୧୧ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ଗତ ସାତ ଦିନ ମଧ୍ୟରେ ୨୭ ଉଗ୍ରବାଦୀଙ୍କୁ ଗିରଫ କରାଯାଇଛି। ଏଥିମଧ୍ୟରୁ ୧୩ ଜଣ ଛତିଶଗଡରୁ, ତିନିଜଣ ବିହାରରୁ ଏବଂ ୧୧ ଜଣ ଝାଡଖଣ୍ଡରୁ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri