ଟ୍ରକ୍‌ରୁ ମିଳିଲା ୧୪୪୮ କଇଁଛ: ବିଶାଖାପାଟଣାରୁ ପଶ୍ଚିମବଙ୍ଗ ହେଉଥିଲା ଚାଲାଣ

ଟାଙ୍ଗୀ/ନିରାକାରପୁର,୨୩ା୨(ରଘୁନାଥ ସାହୁ/ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥର ଗୋଡ଼ିପଡ଼ା ଟୋଲଗେଟ୍‌ ନିକଟରେ ରବିବାର ଡାଇରେକ୍ଟର ଅଫ୍‌ ଇଣ୍ଟେଲିଜେନ୍ସ ବିଭାଗ ଚଢ଼ାଉ କରି କଇଁଛ ବୋଝେଇ ଏକ ମିନିଟ୍ରକ୍‌ ଜବତ କରିଛି। ଏଥିରୁ ୭୧ଟି ମାଛ ପାର୍ସଲ ଟ୍ରେ-ରେ ଥିବା ୧୪୪୮ଟି କଇଁଛଙ୍କୁ ଉଦ୍ଧାର କରାଯାଇଛି। ତନ୍ମଧ୍ୟରେ ୧୦୨ଟି ମୃତ କଇଁଛ ଥିବା ବେଳେ ୧୩୪୬ଟି ଜୀବନ୍ତ ଅବସ୍ଥାରେ ଉଦ୍ଧାର ହୋଇଛି।

ପ୍ରତ୍ୟେକ କଇଁଛର ଓଜନ ପ୍ରାୟ କେଜିଏରୁ ଅଢ଼େଇ କେଜି ମଧ୍ୟରେ ହୋଇଥିବା ଜଣାପଡିଛି। ଜବତ କଇଁଛଙ୍କୁ ଟାଙ୍ଗୀ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ଏଥିସହ ମିନିଟ୍ରକ୍‌ ଚାଳକ ବନ୍ଧଗଁାର ମହାଦେବ ଦେଙ୍କୁ ଗିରଫ କରାଯାଇଛି। ତେବେ ଏହି କଇଁଛଗୁଡ଼ିକ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପଶ୍ଚିମବଙ୍ଗକୁ ଚୋରାଚାଲାଣ ହେଉଥିବା ଖୋର୍ଦ୍ଧା ବନ ବିଭାଗ ଏସିଏଫ୍‌ ସୁଶାନ୍ତ ବନ୍ଧ କହିଛନ୍ତି।

ସୂଚନା ମୁତାବକ, ଏକ ମିନିଟ୍ରକରେ କଇଁଛ ଚୋରାଚାଲାଣ ହେଉଥିବା ନେଇ ଡାଇରେକ୍ଟର ଅଫ୍‌ ଇଣ୍ଟେଲିଜେନ୍ସ ବିଭାଗକୁ ସୂଚନା ମିଳିଥିଲା। ଏହା ପରେ ବିଭାଗୀୟ ଅଧିକାରୀମାନେ ଗୋଡ଼ିପଡ଼ା ଟୋଲଗେଟ୍‌ ନିକଟରୁ ଉକ୍ତ କଇଁଛ ବୋଝେଇ ମିନିଟ୍ରକ୍‌କୁ ଜବତ କରି ଟାଙ୍ଗୀ ବନ ବିଭାଗକୁ ହସ୍ତାନ୍ତର କରିଥିଲେ। ଟାଙ୍ଗୀ ବନାଞ୍ଚଳ ଅଧିକାରୀଙ୍କ ଉପସ୍ଥିତିରେ ଭୂଷଣ୍ଡପୁର ବନପାଳଙ୍କ କାର୍ଯ୍ୟାଳୟରେ କଇଁଛଗୁଡ଼ିକୁ ଗାଡ଼ିରୁ ଉଦ୍ଧାର ପରେ ଗଣତି କରାଯାଇଥିଲା। ତେବେ ଏହି କଇଁଛ ଚୋରାଚାଲାଣରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ସେ ନେଇ ତଦନ୍ତ ଜାରି ରହିଛି।

ଏନେଇ ଖୋର୍ଦ୍ଧା ବନ ବିଭାଗ ଏସିଏଫ୍‌ ସୁଶାନ୍ତ ବନ୍ଧ କୁହନ୍ତି, ଏହି କଇଁଛ ମଧୁର ଜଳରେ ରୁହନ୍ତି। ଏହାକୁ ଖାଦ୍ୟ ଉଦ୍ଦେଶ୍ୟରେ ନିଆଯାଇଥାଏ ବୋଲି ଅନୁମାନ କରାଯାଉଛି। ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା ପରେ ଜବତ କଇଁଛଗୁଡ଼ିକୁ କେଉଁଠାରେ ଛଡ଼ାଯିବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri