ରାଜ୍ୟରେ ଚିହ୍ନଟ ହେଲେ ୧୪୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୪ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ଜଣେ, କଟକରୁ ୧୭ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ୪ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୬ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୨୪ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡ଼ରୁ ୬ଜଣ, ପୁରୀରୁ ୨୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡ଼ରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।