Posted inଜାତୀୟ

ପାଣିଘେରରେ ୧୪୬ ଗାଁ

ଗୁଆହାଟୀ,୧୯ା୬: ଦକ୍ଷିଣ ପୂର୍ବାଞ୍ଚଳ ରାଜ୍ୟ ଆସାମରେ ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁତ୍ର ସମେତ ବିଭିନ୍ନ ନଦୀରେ ପ୍ରଳଙ୍କରୀ ବନ୍ୟା ସୃଷ୍ଟି ହୋଇଛି। ଫଳରେ ୧୩ ଜିଲାର ୧୪୬ ଗ୍ରାମ ଜଳମଗ୍ନ ହୋଇଯାଇଛି। ବିଶ୍ୱନାଥ, ଦରାଙ୍ଗ, ଧେମାଜୀ, ଦିବ୍ରୁଗଡ଼, ହୋଜାଇ, ଲଖିମ୍‌ପୁର, ନଗାଓଁ, ସୋନିତ୍‌ପୁର, ତିନ୍‌ସୁକିଆ, ଉଦଲଗୁରି, କାଚର, କାମରୁପ(ମେଟ୍ରୋ) ଓ ନଲବାରି ଜିଲାର ୩୮,୦୦୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି। ଜୋର୍‌ହାଟର ନେମମାତିଘାଟରେ ବ୍ରହ୍ମପୁତ୍ର ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଥିବା କେନ୍ଦ୍ରୀୟ ଜଳ ଆୟୁକ୍ତ (ସିଡବ୍ଲ୍ୟୁସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କାମପୁରରେ ପୋକିଲି ଓ ପୁଥିମାରି ନଦୀରେ ଜଳସ୍ତର ବହୁ ଉପରକୁ ଉଠି ସ୍ଥାନୀୟ ଲୋକଙ୍କ ପାଇଁ ବିପଦର କାରଣ ସାଜିଛି। ଅନ୍ୟ କେତେକ ନଦୀରେ ମଧ୍ୟ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ସିଡବ୍ଲ୍ୟୁସିଙ୍କ ବୁଲେଟିନ୍‌ରୁ ଜଣାପଡ଼ିଛି। କିଛିଦିନ ହେଲା ବର୍ଷା ଲାଗିରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇଗଲାଣି।

ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଏଏସ୍‌ଡିଏମ୍‌ଏ)ଙ୍କ ରିପୋର୍ଟ ଅନୁସାରେ ୧୦ ଜିଲାର ୩୮,୦୦୦ ଲୋକ ପ୍ରଭାବିତ ହେଲେଣି। ଗୁଆହାଟୀରେ ଭୂସ୍ଖଳନ ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ରାସ୍ତା, ବ୍ରିଜ୍‌, ସ୍କୁଲ ଓ ଅନ୍ୟ ଭିତ୍ତିଭୂମିଗୁଡ଼ିକ ପାଣିରେ ବୁଡ଼ିଯାଇଛି। ସେହିପରି ୧,୪୦୯ ହେକ୍ଟର ଚାଷଜମିରେ ପାଣି ମାଡ଼ିଯିବାରୁ ଫସଲ ନଷ୍ଟ ହୋଇଯାଇଛି।
ସରକାର ବିଶ୍ୱନାଥ, ଦିବ୍ରୁଗଡ଼, ଲଖିମପୁର, ତିନ୍‌ସୁକିଆ ଓ ଉଦାଲଗୁରିରେ ୧୯ଟି ରିଲିଫ୍‌ କ୍ୟାମ୍ପ୍‌ ପ୍ରତିଷ୍ଠା କରିଛନ୍ତି। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌)କୁ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ନିୟୋଜିତ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଏଜେନ୍ସିଗୁଡ଼ିକ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ଆଲୋଚନା କରି ସ୍ଥିତି ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?