ଟ୍ରମା ଚିକିତ୍ସା ଲାଗି ୧୪୭ କୋଟି

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଓଡ଼ିଶାରେ ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣଙ୍କ ଜୀବନ ଯାଉଛି, ଯାହା ଜାତୀୟ ହାର ତୁଳନାରେ ଅଧିକ। ଏଥିଲାଗି ସୁପ୍ରିମକୋର୍ଟ କମିଟି ବାରମ୍ବାର ତାଗିଦ୍‌ କରୁଥିଲେ ମଧ୍ୟ ଆଖିଦୃଶିଆ ଫଳ ମିଳୁନାହିଁ। ୨୦୨୦ ତୁଳନାରେ ୨୦୨୧ ଜାନୁୟାରୀରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ୧୫.୯୮% ବଢ଼ିଛି। ଦୁର୍ଘଟଣାରେ ଗୁରୁତର ହୋଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଥମ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତ୍ୱରିତ ଚିକିତ୍ସା ସେବା ଯୋଗାଇ ଦିଆଗଲେ ଜୀବନ ବଞ୍ଚାଯାଇପାରିବ। ଦୁର୍ଘଟଣାଗ୍ରସ୍ତଙ୍କୁ ଟ୍ରମା ଚିକିତ୍ସା ଯୋଗାଇଦେବା ଲାଗି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୦୨୦-୨୧ରୁ ୨୦୨୪-୨୫ ଆର୍ଥିକ ବର୍ଷ ଯାଏ ୧୪୭.୨ କୋଟି ଟଙ୍କାର ବଜେଟ କରାଯାଇଛି। ଏଥିରେ ୧୧ ଘରୋଇ ହସ୍ପିଟାଲକୁ ଯୋଡ଼ାଯାଇଛି। ରାଉରକେଲାର ଜେ.ପି. ହସ୍ପିଟାଲରେ ଚିକିତ୍ସା ଲାଗି ଜିଲା ଖଣିଜ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଚିଠି ମାଧ୍ୟମରେ ସୂଚନା ଦିଆଯାଇଛି। ରାଜ୍ୟରେ ସଡ଼କ ଦୁର୍ଘଟଣାରେ ମସ୍ତିଷ୍କ ଆଘାତପ୍ରାପ୍ତ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟ ସରକାର ୨୦୧୯ ଅକ୍ଟୋବର ୧୦ରୁ ଏଭଳି ଦୁର୍ଘଟଣାଗ୍ରସ୍ତଙ୍କ ଚିକିତ୍ସା ଟ୍ରମା ଫଣ୍ଡ୍‌ ଜରିଆରେ କରୁଛନ୍ତି। ସଡ଼କ ସୁରକ୍ଷା ପାଣ୍ଠିରୁ ଏଥିଲାଗି ଅର୍ଥ ଖର୍ଚ୍ଚ କରାଯାଉଛି। ଫ୍ରି ଟ୍ରିଟ୍‌ମେଣ୍ଟ ଫର୍‌ ଟ୍ରମା ଫଣ୍ଡ୍‌ (ଏଫ୍‌ଟିଟିଏଫ୍‌) ଭଳି ଅଭିନବ ଯୋଜନା ପ୍ରସ୍ତୁତ କରାଯାଇଛି। ଏ ବାବଦରେ ପ୍ରତିବର୍ଷ ୨୯ କୋଟି ଟଙ୍କା ଲେଖାଏ ଖର୍ଚ୍ଚ ହେବାକୁ ଥିବାବେଳେ ମାନବ ସମ୍ବଳ ପାଇଁ ବାର୍ଷିକ ୧୩ ଲକ୍ଷ ବ୍ୟୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri