ବିପଦରେ ପରିବେଶ ସମ୍ବେଦନଶୀଳ ୧୪୭ ଗାଁ

କେନ୍ଦ୍ରାପଡ଼ା,୧୭।୭(ଜଗନ୍ନାଥ ଧଳ): ଭାରତ ସରକାରଙ୍କ ପକ୍ଷରୁ ଜୁନ୍‌ ମାସରେ କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲାର ୨୦୫ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ଘୋଷଣା କରାଯାଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଗ୍ରାମଗୁଡିକ ବର୍ଦ୍ଧିତ ଚିଙ୍ଗୁଡ଼ି ଘେରି ପାଇଁ ବିପଦରେ ପଡ଼ିଛି। କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ରାଜନଗର ଓ ରାଜକନିକା ବ୍ଲକ୍‌ ଅଞ୍ଚଳରେ ବେଆଇନ ଭାବେ ୧୦ ହଜାରରୁ ଊର୍ଦ୍ଧ୍ୱ ଚିଙ୍ଗୁଡ଼ି ଘେରି ଗଢ଼ିଉଠିଛି। ଏହି ଘେରିରୁ ନିର୍ଗତ ରାସାୟନିକ ସାମଗ୍ରୀ ପରିବେଶକୁ ପ୍ରଦୂଷିତ କରୁଥିବା ବେଳେ ସେଠାରେ ଲାଗିଥିବା ମୋଟର ଓ ଏଭିଏଟର ନିମ୍ନମାନର ହୋଇଥିବାରୁ ଶ୍ରମିକଙ୍କ ପାଇଁ ବିପଦର କାରଣ ହୋଇଛି। ହାଇକୋର୍ଟଙ୍କ ବାରମ୍ବାର ତାଗିଦା ସତ୍ତ୍ୱେ ପ୍ରଶାସନର ନୀରବତା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହା ପରିବେଶ ସୁରକ୍ଷା ଆଇନ ୧୯୮୬ର ଖୋଲାଖୋଲି ଉଲ୍ଲଂଘନ କରୁଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ ମତବ୍ୟକ୍ତ କରିଛନ୍ତତ।
ଏ ସମ୍ପର୍କରେ ଓସାର ଜିଲା ଆବାହକ ପ୍ରତାପ କୁମାର ମହାନ୍ତି କହିଛନ୍ତି, ୨୦୧୭ରୁ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାରମ୍ବାର ନିର୍ଦ୍ଦେଶ ଦିଆଯାଉଛି। ଏପରି କି ଏହି କାର୍ଯ୍ୟର ତଦାରଖ ପାଇଁ କୋର୍ଟ ପକ୍ଷରୁ ମୋହିତ ଅଗ୍ରୱାଲଙ୍କୁ ଆମିକସ୍‌କ୍ୟୁରି ଭାବେ ନିଯୁକ୍ତ କରାଯାଇଛି। ୨୦୨୦ରେ ଏ ନେଇ ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡ଼ି ଘେରି ଚାଷୀଙ୍କୁ ନୋଟିସ ସହ ଘେରି ଭଙ୍ଗା ଆରମ୍ଭ ହୋଇଥିଲା। ମାତ୍ର କୌଣସି ଚାପର ବଶବର୍ତ୍ତୀ ହୋଇ ପ୍ରଶାସନ ପକ୍ଷରୁ ଏହି ବେଆଇନ ଚିଙ୍ଗୁଡ଼ି ଘେରିକୁ ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ କୌଣସି ପଦକ୍ଷେପ ନିଆଯାଇନାହିଁ। ପ୍ରଶାସନର ନୀରବତା ଏହି ବେଆଇନ ଚିଙ୍ଗୁଡ଼ି ଚାଷୀଙ୍କୁ ସୁହାଇଛି। ମହାକାଳପଡ଼ା ବଡ଼ଟୁବି ଅଞ୍ଚଳରେ ଏବେ ଶତାଧିକ ଏକର ଜମିରେ ଘେରି ନିର୍ମାଣ ହୋଇଛି। ତଟାଞ୍ଚଳରେ ଘେରି ନିର୍ମାଣ ଫଳରେ ବଣପଦା, ଭୂଇଁପୁର, ଗୋଗୁଆ, ଇଶାନୀପଲା, ହରିପୁର, କଜଳାବନ୍ଧ, କଳତୁଙ୍ଗା, କାକଟପୁର, କୋରିଆପଲା, ନରସିଂହପୁର, ମଲାଡିହ, ପାଉଁଶିଆପାଳ, ରଟପଙ୍ଗ, ଶଙ୍ଖଚିତ, ଶାସନ, ସିଙ୍ଗାରପୁର, ତନ୍ତିଆପାଳ, ବେଣାକନ୍ଦା, ତେଲଙ୍ଗା, ପାଣିଖିଆ ଆଦି ୧୪୭ ଗ୍ରାମର ପରିବେଶ ନଷ୍ଟ ହେବ। ପରିବେଶବିତ୍‌ ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି, ବନ୍ୟ ବିଭାଗ, ବନ୍ୟପ୍ରାଣୀ ବିଭାଗ, କୋଷ୍ଟାଲ ଆକ୍ୱାକଲଚର ଅଥରିଟି ଓ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ପ୍ରସ୍ତୁତ ସେଣ୍ଟ୍ରାଲ ଏମ୍ପାୱାର୍ଡ କମିଟି(ସିଇସି) ଗାଇଡ୍‌ଲାଇନକୁ ଚିଙ୍ଗୁଡ଼ି ଘେରି ଉଲ୍ଲଂଘନ କରୁଛି। ଏହି ଘେରିରେ ଖାଦ୍ୟ, ଔଷଧ ଓ ରାସାୟନିକ ସାର ପ୍ରୟୋଗ ହେତୁ ଗ୍ରାମ ପରିବେଶ ବିଷାକ୍ତ ହୋଇଯାଉଛି। ବୁଦ୍ଧିଜୀବୀ ଲକ୍ଷ୍ମୀକାନ୍ତ ନାୟକ କହିଛନ୍ତି, ନିମ୍ନମାନର ପାଣି ମୋଟର ଓ ଏଭିଏଟର ପାଇଁ ଗତ ୩ ବର୍ଷ ମଧ୍ୟରେ ଚିଙ୍ଗୁଡ଼ି ଘେରିରେ ୧୧ଟି ଦୁର୍ଘଟଣା ହେଲାଣି। ଏଥିରେ ରାଜନଗର ଓ ରାଜକନିକା ବ୍ଲକ୍‌ ଅଞ୍ଚଳର ଜଣେ ଲେଖାଏ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ଏଠାରେ ବ୍ୟବହୃତ ଯନ୍ତ୍ରଗୁଡ଼ିକ କେତେଜଣ ବ୍ୟବସାୟୀ ଦିଲ୍ଲୀ, ମୁମ୍ବାଇ, କୋଲକାତା ଆଦି ସ୍ଥାନରୁ ବିନା ରସିଦରେ ଆଣୁଛନ୍ତି। ଏହି ମୋଟର ଓ ଏଭିଏଟରଗୁଡିକ ନିମ୍ନମାନର ହୋଇଥିବାରୁ ଶ୍ରମିକଙ୍କ ଜୀବନ ମରଣ ସମସ୍ୟା ଦେଖାଦେଇଛି। ଏପରି କି କେତେକ ପାଣି ମୋଟର ଚାଲୁଥିବା ସମୟରେ ମଧ୍ୟ ବିସ୍ଫୋରଣ ହୋଇଛି ବୋଲି ସେ ମତ ଦେଇଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ରବୀନ୍ଦ୍ର କୁମାର ପ୍ରଧାନ କହିଛନ୍ତି, ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପ୍ରକ୍ରିୟା ବନ୍ଦ ହୋଇନାହିଁ। ନିକଟରେ ମହାକାଳପଡ଼ା ଓ ରାଜକନିକା ବ୍ଲକ୍‌ ଅଞ୍ଚଳରେ ପ୍ରାୟ ୧୭୦ ଏକର ଜମିରୁ ଘେରି ଉଚ୍ଛେଦ କରାଯାଇଛି। ଏହାସହ ସ୍ଥାନୀୟ ତହସିଲଦାରମାନେ ବେଆଇନ ଭାବେ ଗଢ଼ି ଉଠିଥିବା ଚିଙ୍ଗୁଡ଼ି ଘେରିର ଚିହ୍ନଟ ସହ ଉଚ୍ଛେଦ ଜାରି ରଖିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri