Posted inରାଜ୍ୟ

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୧୭ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୭୬, ବାଲେଶ୍ୱରରୁ ୫୬, ବରଗଡ଼ ରୁ ୬୧, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୬୩, ବୌଦ୍ଧରୁ ୧୭, କଟକରୁ ୧୨୬, ଦେଓଗଡ଼ରୁ ୫, ଢେଙ୍କାନାଳରୁ ୧୭, ଗଜପତିରୁ ୮, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୭୬, ଯାଜପୁରରୁ ୪୨, ଝାରସୁଗୁଡ଼ା ୩୯, କଳାହାଣ୍ଡି ୩୧, କନ୍ଧମାଳ ୧୧, କେନ୍ଦ୍ରାପଡ଼ା ୭୫, କେନ୍ଦୁଝର ୫୧, ଖୋର୍ଦ୍ଧା ୧୭୦, କୋରାପୁଟ ୨୪, ମାଲକାନଗିରି ୨୫, ମୟୂରଭଞ୍ଜ ୫୦, ନବରଙ୍ଗପୁର ୩୪, ନୂଆପଡ଼ା ୬୧, ନୟାଗଡ଼ ୩୧, ପୁରୀ ୬୪, ରାୟଗଡା ୧୩, ସମ୍ବଲପୁର ୩୪, ସୋନପୁର ୨୭, ସୁନ୍ଦରଗଡ଼ ୧୧୨, ଷ୍ଟେଟ ପୋଲରୁ ୩୦ଜଣ ରହିଛନ୍ତି । ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୯୦୧୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୯୦୫ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୭୩୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri