୧୪୮୦ କେନ୍ଦ୍ରରେ ତାଲା ଝୁଲୁଛି

ସୋନପୁର,୧୪।୧୨(ନି.ପ୍ର.): ଭାରତୀୟ ମଜଦୁର ସଂଘ ଦ୍ୱାରା ଅନୁବନ୍ଧିତ ଅଲ୍‌ ଓଡିଶା ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ଡାକରାରେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ରାଜ୍ୟବ୍ୟାପୀ ହରତାଳ ଜାରି ରଖିଛନ୍ତି। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ଗତ ନଭେମ୍ବର ୨୧ ତାରିଖରୁ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଏଥିଯୋଗୁଁ ଜିଲାରେ ୧୪୮୦ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ଝୁଲୁଛି। କୁନିକୁନି ପିଲାମାନଙ୍କର ପ୍ରାକ୍‌ ଶିକ୍ଷା କାର୍ଯ୍ୟକ୍ରମ ବନ୍ଦ ରହିଛି। ସେହିପରି ସରକାରଙ୍କ ରନ୍ଧାଖାଦ୍ୟ ବନ୍ଦ ଥିବାରୁ ଅଣ୍ଡା ଭଳି ପୁଷ୍ଟିକର ଖାଦ୍ୟରୁ ଶିଶୁମାନେ ବଞ୍ଚତ୍ତ ଥିବା ଅଭିଯୋଗ ହୋଇଛି।
ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ସୁବର୍ଣ୍ଣପୁର ଜିଲାରେ ୧୫୫୬ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ଜିଲାର ସୋନପୁର, ତରଭା, ବିନିକା, ଡୁଙ୍ଗୁରିପାଲି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ଅଧିକାଂଶ ଅଙ୍ଗନଓ୍ବାଡି କର୍ମୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସମ୍ପୃକ୍ତ ସିଡିପିଓ ଅଫିସ ସମ୍ମୁଖରେ ଧାରଣା ଦେଉଛନ୍ତି। ଜିଲାରେ କେବଳ ୭୬ଜଣ ଅଙ୍ଗନଓ୍ବାଡି କର୍ମୀ ଏହି ଆନ୍ଦୋଳନରେ ସାମିଲ ହୋଇନାହାନ୍ତି। ସେହି ସବୁ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସେମାନଙ୍କୁ ଦିଆଯାଇଥିବା କାର୍ଯ୍ୟ ସୂଚାରୁରୂପେ ଚାଲିଛି। ସୂଚନା ଅନୁଯାୟୀ ବିନିକା ବ୍ଲକରେ କେବଳ ଗୋଟିଏ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲା ଥିବା ବେଳେ ବାକି ସବୁ କେନ୍ଦ୍ରରେ ତାଲା ଝୁଲୁଛି। ରାଜ୍ୟ ସରକାର ଅଙ୍ଗନଓ୍ବାଡି କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ କରିବା, ବହିଷ୍କୃତ ଅଙ୍ଗନଓ୍ବାଡି କର୍ମୀଙ୍କୁ ପୁନଃ ନିଯୁକ୍ତି, ମିନି ଅଙ୍ଗନଓ୍ବାଡି ଉଚ୍ଛେଦ କରି ମିନି ଅଙ୍ଗନଓ୍ବାଡି କର୍ମୀଙ୍କୁ ମୁଖ୍ୟ ଅଙ୍ଗନଓ୍ବାଡି କର୍ମୀର ମାନ୍ୟତା ପ୍ରଦାନ, ଅବସରକାଳୀନ ସହାୟତା ରାଶି ୫ଲକ୍ଷ ଟଙ୍କା, ପେନସନ ମାସିକ ୫ ହଜାର ଟଙ୍କା ଓ ୨୦୧୮ରେ ଘୋଷଣା କରାଯାଇଥିବା ଗ୍ରୀଷ୍ମ ଅବକାଶକୁ ଲାଗୁ କରିବା ଦାବିରେ ଅଙ୍ଗନଓ୍ବାଡି କର୍ମୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ତେବେ ସରକାରଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ ସମ୍ମନ୍ବିତ ଶିଶୁ ସୁରକ୍ଷା ଅଧିକାରୀଙ୍କ ନେତୃତ୍ୱରେ ସୁପରଭାଇଜର, ସିଆରପି ଓ ଏମ୍‌ବିକେ ଘରକୁ ଘର ବୁଲି ହିତାଧିକାରୀ, ଶିଶୁଙ୍କୁ ଛତୁଆ ଓ ଅଣ୍ଡା ବଣ୍ଟନ କରୁଥିବା ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କାର୍ଯ୍ୟକ୍ରମ ଅଧିକାରୀ ଅନିତା ଗୁରୁ କହିଛନ୍ତି। ଜିଲାର ୬ଟି ବ୍ଲକରେ ଶିଶୁ ବିକାଶ ଅଧିନରେ ଜନ୍ମରୁ ୫ ବର୍ଷ ପର୍ଯ୍ୟନ୍ତ ୪୮ ହଜାର ୧୨୮ ଶିଶୁ ରହିଛନ୍ତି। ସେଥିରୁ ୩ରୁ ୬ ବର୍ଷ ପର୍ଯ୍ୟନ୍ତ ୨୫ ହଜାର ୭୩ ଜଣ ଶିଶୁ ଅଛନ୍ତି। ମୋଟ ୨୨ ହଜାର ୨୯୯ ଶିଶୁ ପ୍ରାକ୍‌ ଶିକ୍ଷା ଗ୍ରହଣ କରୁଛନ୍ତି । ଯାହା କର୍ମୀଙ୍କ ଆନ୍ଦୋଳନ ପାଇଁ ଏବେ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ୨୨ ଦିନ ହେଲା କର୍ମୀମାନେ ସିଡିପିଓ ଅଫିସ ସମ୍ମୁଖରେ ଧାରଣାରେ ବସି ରହିଛନ୍ତି। ଫଳରେ ମା ଓ ଶିଶୁଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ସଚେତନତା ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିଛି। ଅଙ୍ଗନଓ୍ବଡି କର୍ମୀଙ୍କ ଦ୍ୱାରା କରା ଯାଉଥିବା ମମତା ଯୋଜନା, ଭତ୍ତା ଯୋଜନା, ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ, ଭୋଟର ତାଲିକାରେ ନାମ ପଞ୍ଜୀକରଣ ଓ ସଂଶୋଧନ, ଆଧାର ଲିଙ୍କ୍‌ ଆଦି ବିଭିନ୍ନ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ଭାବେ ବନ୍ଦ ପଡିଛି। ଏବେ ଗ୍ରାମାଞ୍ଚଳରେ ଏହି ସମସ୍ୟା ସାଧାରଣ ଜନତାଙ୍କୁ ବହୁଳ ଭାବରେ ପ୍ରଭାବିତ କରିଥିବା ବେଳେ ତୁରନ୍ତ ସରକାର ତଥା ପ୍ରଶାସନ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?