ଆଜି ରାଜ୍ୟରେ ୧୪୯୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୬୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୨ ଏବଂ ବାଲେଶ୍ୱରରୁ ୧୦୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୮୩, ବରଗଡ଼ ୫୪, ଭଦ୍ରକ ୧୯, ବଲାଙ୍ଗୀର ୭୯, ବୌଦ୍ଧ ୧୬, ଦେବଗଡ଼ ୧୫, ଢେଙ୍କାନାଳ ୨୮, ଗଜପତି ୬, ଗଞ୍ଜାମ ୨୬, ଜଗତସିଂହପୁର ୬୦, ଯାଜପୁର ୩୭, ଝାରସୁଗୁଡ଼ା ୩୮, କଳାହାଣ୍ଡି ୩୫, କନ୍ଧମାଳ ୧୨, କେନ୍ଦ୍ରାପଡ଼ା ୫୬, କେନ୍ଦୁଝର ୬୯, କୋରାପୁଟ ୨୧, ମାଲକାନଗିରି ୧୮, ମୟୂରଭଞ୍ଜ ୯୩, ନବରଙ୍ଗପୁର ୩୨, ନୟାଗଡ଼ ୩୪, ନୂଆପଡ଼ା ୫୫, ପୁରୀ ୬୩, ରାୟଗଡ଼ା ୧୧, ସମ୍ବଲପୁର ୩୯ ଏବଂ, ସୋନପୁର ୧୨ ଏବଂ ସୁନ୍ଦରଗଡ଼ରୁ ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ବେଳେ ୨,୮୩,୫୩୩ ଜଣ ସୁସ୍ଥ ହୋଇଛନ୍ତି। ୧୩,୭୮୯ ଜଣ ଚିକିତ୍ସିତ ହେଉଛନ୍ତି। ୧୩୯୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri