ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନରୁ ଏହି ମଶାଲ ଶୋଭାଯାତ୍ରା ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ପହଞ୍ଚିଥିଲା। ସେଠାରେ ଶତାଧିକ ଛାତ୍ର କଂଗ୍ରେସ କର୍ମୀ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଦିତ୍ୟ ପ୍ରୀତମ ଦାସ, ନିରଞ୍ଜନ ଦାସ, ସୌମ୍ୟରଞ୍ଜନ ଜେନା ପ୍ରମୁଖ ଶତାଧିକ ଛାତ୍ର କଂଗ୍ରେସ କର୍ମୀ ଅଂଶଗ୍ରହଣ କରିଥିଲେ।


All Right Reserved By Dharitri.Com

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି।...

ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ବସ୍‌ଷ୍ଟାଣ୍ଡରୁ ଇ-ରିକ୍‌ସାରେ ଆସିବେ ବଡ଼ଦାଣ୍ଡ

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି...

ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ...

ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍‌ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି।...

ଧୂଆଁରୁ ବିସ୍ମୟ

ଭୁବନେଶ୍ୱର,୨୬ା୧୨ (ବ୍ୟୁରୋ): ଧୂଆଁରୁ ସୃଷ୍ଟି ହେଉଛି ବିସ୍ମୟ। ଦେଖିବା ମାତ୍ରେ କିଛିକ୍ଷଣ ପାଇଁ ଆଖି ଅଟକି ଯାଉଛି। ରଙ୍ଗ ନୁହେଁ କି ରଙ୍ଗତୂଳୀ ନୁହେଁ, ଧୂଆଁରେ...

ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ

ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର...

ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩)...

ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା

କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ...

Leave a comment

Your email address will not be published. Required fields are marked *